Masthead

ସାମାନ୍ୟ ବଚସାରୁ ପ୍ରେମିକାକୁ ହତ୍ୟା

କାମାକ୍ଷାନଗର (ବଡ଼ ଖବର ବ୍ୟୁରୋ): ପ୍ରେମ କଲା । ସାମାନ୍ୟ ବଚସାରୁ ପ୍ରେମିକାକୁ ହତ୍ୟା କଲା । ଘରଭିତରୁ ଯୁବତୀଙ୍କ ମୃତଦେହ ଉଦ୍ଧାର । ପ୍ରେମିକ ଗିରଫ । ଗତ ୭ ତାରିଖ ଗୁରୁବାର ଲୋକନାଥପୁର ଗ୍ରାମ ବନ୍ଦ ଘରୁ ଯୁବତୀଙ୍କ ମୃତଦେହ ଉଦ୍ଧାର ଘଟଣା । ଯୁବତୀଙ୍କର ପ୍ରେମିକକୁ ଗିରଫ କଲା କାମାକ୍ଷାନଗର ପୋଲିସ। ଗିରଫ ପ୍ରେମିକ ହେଲେ ଢେଙ୍କାନାଳ ସଦର ଥାନା ଅନ୍ତର୍ଗତ ବଉଳପୂର ଗ୍ରାମର ଶିବ ପ୍ରସାଦ ସେନାପତି। ସାମ୍ବାଦିକ ସମ୍ମିଳନୀ କରି ସୂଚନା ଦେଲେ କାମାକ୍ଷାନଗର ଏସଡିପିଓ ।

ପୂର୍ବରୁ ଉଭୟଙ୍କର ପ୍ରେମ ସଂପର୍କ ଥିବା ବେଳେ ସେଦିନ ରାତିରେ ଘରେ କେହି ନଥିବାର ସୁଯୋଗ ନେଇ ମଧ୍ୟ ଯୁବତୀଙ୍କ ଘରକୁ ପ୍ରେମିକ ଶିବପ୍ରସାଦ ଆସିଥିଲେ। କୌଣସି କାରଣ ବସତଃ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା । ଏଥିରେ ଉତକ୍ଷିପ୍ତ ହୋଇ ପ୍ରେମିକ ଶିବପ୍ରସାଦ ଏକ ଓଢଣୀରେ ପ୍ରେମିକାର ତଣ୍ଟିକୁ ଚିପି ହତ୍ୟା କରି ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲା। ସୂଚନା ଅନୁସାରେ ଗତ ଗୁରୁବାର ଦିନ ସକାଳୁ କାମାକ୍ଷାନଗର ଥାନା ଲୋକନାଥପୁର ଗ୍ରାମର ଲକ୍ଷ୍ମୀ ଖୁଣ୍ଟିଆଙ୍କ ମୃତଦେହ ଘର ଭିତରୁ ଉଦ୍ଧାର କରିଥିଲା।

ଘରେ କେହି ନଥିବା ବେଳେ ବିଳମ୍ବିତ ରାତିରେ ଯୁବତୀଙ୍କୁ କେହି ହତ୍ୟା କରିଥିବା ସନ୍ଦେହ କରାଯାଉଥିଲା । ସିଡି ଘରର କବାଟ ଖୋଲା ଥିବାରୁ କେହି ଦୁର୍ବୃତ୍ତ ହତ୍ୟା କରି ଫେରାର ହୋଇଯାଇଥିବା ପୋଲିସ ପ୍ରାଥମିକ ଭାବେ ଜାଣିବାକୁ ପାଇଥିଲା। ଖବର ପାଇ କାମାକ୍ଷାନଗର ଥାନା ପୋଲିସ ତଦନ୍ତ ଆରମ୍ଭ କରିଥିଲା। ତଦନ୍ତ କରି ପ୍ରେମିକ ଶିବପ୍ରସାଦକୁ ବଉଳପୁର ପାଟଣା ଗ୍ରାମରୁ ଗିରଫ କରିବାରେ ସକ୍ଷମ ହୋଇଛି ପୋଲିସ। ଆଜି ଅଭିଯୁକ୍ତକୁ କୋର୍ଟ ଚାଲାଣ କରାଯିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ