Masthead

ସାମାନ୍ୟ ବଚସାରୁ ପ୍ରେମିକାକୁ ହତ୍ୟା

କାମାକ୍ଷାନଗର (ବଡ଼ ଖବର ବ୍ୟୁରୋ): ପ୍ରେମ କଲା । ସାମାନ୍ୟ ବଚସାରୁ ପ୍ରେମିକାକୁ ହତ୍ୟା କଲା । ଘରଭିତରୁ ଯୁବତୀଙ୍କ ମୃତଦେହ ଉଦ୍ଧାର । ପ୍ରେମିକ ଗିରଫ । ଗତ ୭ ତାରିଖ ଗୁରୁବାର ଲୋକନାଥପୁର ଗ୍ରାମ ବନ୍ଦ ଘରୁ ଯୁବତୀଙ୍କ ମୃତଦେହ ଉଦ୍ଧାର ଘଟଣା । ଯୁବତୀଙ୍କର ପ୍ରେମିକକୁ ଗିରଫ କଲା କାମାକ୍ଷାନଗର ପୋଲିସ। ଗିରଫ ପ୍ରେମିକ ହେଲେ ଢେଙ୍କାନାଳ ସଦର ଥାନା ଅନ୍ତର୍ଗତ ବଉଳପୂର ଗ୍ରାମର ଶିବ ପ୍ରସାଦ ସେନାପତି। ସାମ୍ବାଦିକ ସମ୍ମିଳନୀ କରି ସୂଚନା ଦେଲେ କାମାକ୍ଷାନଗର ଏସଡିପିଓ ।

ପୂର୍ବରୁ ଉଭୟଙ୍କର ପ୍ରେମ ସଂପର୍କ ଥିବା ବେଳେ ସେଦିନ ରାତିରେ ଘରେ କେହି ନଥିବାର ସୁଯୋଗ ନେଇ ମଧ୍ୟ ଯୁବତୀଙ୍କ ଘରକୁ ପ୍ରେମିକ ଶିବପ୍ରସାଦ ଆସିଥିଲେ। କୌଣସି କାରଣ ବସତଃ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା । ଏଥିରେ ଉତକ୍ଷିପ୍ତ ହୋଇ ପ୍ରେମିକ ଶିବପ୍ରସାଦ ଏକ ଓଢଣୀରେ ପ୍ରେମିକାର ତଣ୍ଟିକୁ ଚିପି ହତ୍ୟା କରି ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲା। ସୂଚନା ଅନୁସାରେ ଗତ ଗୁରୁବାର ଦିନ ସକାଳୁ କାମାକ୍ଷାନଗର ଥାନା ଲୋକନାଥପୁର ଗ୍ରାମର ଲକ୍ଷ୍ମୀ ଖୁଣ୍ଟିଆଙ୍କ ମୃତଦେହ ଘର ଭିତରୁ ଉଦ୍ଧାର କରିଥିଲା।

ଘରେ କେହି ନଥିବା ବେଳେ ବିଳମ୍ବିତ ରାତିରେ ଯୁବତୀଙ୍କୁ କେହି ହତ୍ୟା କରିଥିବା ସନ୍ଦେହ କରାଯାଉଥିଲା । ସିଡି ଘରର କବାଟ ଖୋଲା ଥିବାରୁ କେହି ଦୁର୍ବୃତ୍ତ ହତ୍ୟା କରି ଫେରାର ହୋଇଯାଇଥିବା ପୋଲିସ ପ୍ରାଥମିକ ଭାବେ ଜାଣିବାକୁ ପାଇଥିଲା। ଖବର ପାଇ କାମାକ୍ଷାନଗର ଥାନା ପୋଲିସ ତଦନ୍ତ ଆରମ୍ଭ କରିଥିଲା। ତଦନ୍ତ କରି ପ୍ରେମିକ ଶିବପ୍ରସାଦକୁ ବଉଳପୁର ପାଟଣା ଗ୍ରାମରୁ ଗିରଫ କରିବାରେ ସକ୍ଷମ ହୋଇଛି ପୋଲିସ। ଆଜି ଅଭିଯୁକ୍ତକୁ କୋର୍ଟ ଚାଲାଣ କରାଯିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା