Masthead

ରାଜ୍ୟର ଅନେକ ସ୍ଥାନରେ ୪ ରୁ ୬ ଡ଼ିଗ୍ରୀ ଯାଏଁ ବଢିବ ତାତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କଲବଲ କରିବ ତାତି। ଆଗାମୀ ୩ ରୁ୪ ଦିନ ଯାଏଁ ବଢିବ ତାତି । ରାଜ୍ୟର ଅନେକ ସ୍ଥାନରେ ୪ ରୁ ୬ଡିଗ୍ରୀ ଯାଏଁ ଦିନ ତାପମାତ୍ରାରେ ବୃଦ୍ଧି ସମ୍ଭାବନା ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାରେ କିଛି ସ୍ଥାନରେ ୪୦ ଡିଗ୍ରୀ ଛୁଇଁପାରେ ପାରଦ । ଖାଲି ଦିନ ନୁହେଁ ରାତି ତାପମାତ୍ରା ଦୁଇରୁ ତିନି ଡିଗ୍ରୀ ବଢିବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ରାଜ୍ୟ ଅଧିକାଂଶ ଜିଲ୍ଲାରେ ପାଗ ଶୁଖିଲା ରହିବାକୁ ଥିବାବେଳେ, ତାତି ବଢିବା ନେଇ ପୂର୍ବାନୁମାନ।

ପଶ୍ଚିମା ଝଡ଼ ପ୍ରଭାବରେ ବାୟୁମଣ୍ଡଳରେ ଶୁଷ୍କତା ବଢିବା ସହ ଟାଣ ଖରା ଅନୁଭୁତ ହେବ। ଏନେଇ ଅଧିକାଂଶ ଜିଲ୍ଲାକୁ ରେଡ୍ ଓ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଟୁଇନସିଟିରେ ମଧ୍ୟ ତାପମାତ୍ରା ଅଧିକ ରହିବ। ଏଥିସହ ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର,ପାରଳାଖେମୁଣ୍ଡି, ଟିଟିଲାଗଡ, ଭବାନୀପାଟଣା, ମାଲକାନଗିରିରେ ତାପମାତ୍ରା ଅଧିକ ରହିପାରେ ବୋଲି ଆକଳନ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ 🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ