Masthead

ରାଜ୍ୟର ଅନେକ ସ୍ଥାନରେ ୪ ରୁ ୬ ଡ଼ିଗ୍ରୀ ଯାଏଁ ବଢିବ ତାତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କଲବଲ କରିବ ତାତି। ଆଗାମୀ ୩ ରୁ୪ ଦିନ ଯାଏଁ ବଢିବ ତାତି । ରାଜ୍ୟର ଅନେକ ସ୍ଥାନରେ ୪ ରୁ ୬ଡିଗ୍ରୀ ଯାଏଁ ଦିନ ତାପମାତ୍ରାରେ ବୃଦ୍ଧି ସମ୍ଭାବନା ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାରେ କିଛି ସ୍ଥାନରେ ୪୦ ଡିଗ୍ରୀ ଛୁଇଁପାରେ ପାରଦ । ଖାଲି ଦିନ ନୁହେଁ ରାତି ତାପମାତ୍ରା ଦୁଇରୁ ତିନି ଡିଗ୍ରୀ ବଢିବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ରାଜ୍ୟ ଅଧିକାଂଶ ଜିଲ୍ଲାରେ ପାଗ ଶୁଖିଲା ରହିବାକୁ ଥିବାବେଳେ, ତାତି ବଢିବା ନେଇ ପୂର୍ବାନୁମାନ।

ପଶ୍ଚିମା ଝଡ଼ ପ୍ରଭାବରେ ବାୟୁମଣ୍ଡଳରେ ଶୁଷ୍କତା ବଢିବା ସହ ଟାଣ ଖରା ଅନୁଭୁତ ହେବ। ଏନେଇ ଅଧିକାଂଶ ଜିଲ୍ଲାକୁ ରେଡ୍ ଓ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଟୁଇନସିଟିରେ ମଧ୍ୟ ତାପମାତ୍ରା ଅଧିକ ରହିବ। ଏଥିସହ ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର,ପାରଳାଖେମୁଣ୍ଡି, ଟିଟିଲାଗଡ, ଭବାନୀପାଟଣା, ମାଲକାନଗିରିରେ ତାପମାତ୍ରା ଅଧିକ ରହିପାରେ ବୋଲି ଆକଳନ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ