ତାଲିକାରେ ୧୫୦ ଆଶାୟୀଙ୍କ ନାମ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଲୋକସଭା ନିର୍ବାଚନ ପାଇଁ ଏବେ ନିଜ ଗଡ଼ ପ୍ରସ୍ତୁତ କରୁଛନ୍ତି ବିଭିନ୍ନ ରାଜନୈତିକ ଦଳ । ଆଜି ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ଘୋଷଣା କରିପାରେ ବିଜେପି ବୋଲି ଚର୍ଚ୍ଚା ହେଉଛି । ତାଲିକାରେ ୧୫୦ ଆଶାୟୀଙ୍କ ନାମ ରହିଛି । ପ୍ରଥମ ପର୍ଯ୍ୟାୟରେ ୧୯୫ ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଥିଲା । ଆଜି ସନ୍ଧ୍ୟାରେ ବିଜେପିର ସିଇସି ବୈଠକ । ବୈଠକ ପରେ ପ୍ରାର୍ଥୀ ତାଲିକା ଘୋଷଣା ହୋଇପାରେ ।

ସୂଚନା ଅନୁସାରେ, ଆଜି ସନ୍ଧ୍ୟାରେ ବିଜେପିର ସିଇସି ବୈଠକ ଅନୁଷ୍ଠିତ ହେବାକୁ ଯାଉଛି । ଏହି ବୈଠକ ପରେ ବିଜେପି ନିଜ ଦ୍ୱିତୀୟ ପର୍ୟ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିବ ବୋଲି ଅନୁମାନ କରାଯାଉଛି । ତେବେ ଏହି ତାଲିକାରେ ଦଳର ପ୍ରାୟ ୧୫୦ ଜଣ ଆଶାୟୀ ପ୍ରାର୍ଥୀଙ୍କ ନାମରେ ମୋହର ଲଗାଇପାରେ ବିଜେପି ।

ବୈଠକରେ ପ୍ରାର୍ଥୀଙ୍କ ନାମକୁ ନେଇ ଆଲୋଚନା କରାଯାଇପାରେ । ଗତକାଲି ସନ୍ଧ୍ୟାରେ ଜେପି ନଡ୍ଡାଙ୍କ ଅଧ୍ୟକ୍ଷତାରେ ବଡ଼ ବୈଠକ ବସିଥିଲା । ତେବେ ଦ୍ୱିତୀୟ ପର୍ଯ୍ୟାୟରେ ବିଜେପି କେଉଁ ପ୍ରାର୍ଥୀଙ୍କୁ ସ୍ଥାନ ଦେବ ତାହାକୁ ସମସ୍ତଙ୍କ ଅପେକ୍ଷା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ