ଆଜିଠୁ ଆରମ୍ଭ ହେଲା ବିଜେପିର ଅଭିମତ ସଂଗ୍ରହ ଅଭିଯାନ ଯାତ୍ରା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜିଠୁ ଆରମ୍ଭ ହେଲା ବିଜେପିର ସଂକଳ୍ପ ପତ୍ର ଅଭିମତ ସଂଗ୍ରହ ଅଭିଯାନ ଯାତ୍ରା । ରାଜ୍ୟର ୧ କୋଟି ଲୋକଙ୍କ ପାଖକୁ ଯାଇ ବିଜେପି ସଂକଳ୍ପ ପତ୍ର ପାଇଁ ପରାମର୍ଶ ଲୋଡିବ । ୧୫ ଦିନ ଯାଏଁ ଚାଲିବ ଏହି ଅଭିଯାନ ଯାତ୍ରା । ଆଜି ରାଜ୍ୟ କାର୍ଯ୍ୟାଳୟରେ ଏହି ଅଭିମତ ସଂଗ୍ରହ ଗାଡ଼ିର ଶୁଭାରମ୍ଭ ହୋଇଛି । ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି, କନକ ବର୍ଦ୍ଧନ ସିଂହଦେଓ, ପୃଥ୍ୱୀରାଜ ହରଚନ୍ଦନ ଏବଂ ଅନ୍ୟ ତୁଙ୍ଗ ନେତାଙ୍କ ଉପସ୍ଥିତିରେ ଗାଡିର ଶୁଭାରମ୍ଭ ହୋଇଛି । ପ୍ରତି ଲୋକସଭା ନିର୍ବାଚନ ମଣ୍ଡଳୀରେ ୨ ଟି ଗାଡ଼ି ବୁଲିବ । ସେଥିରେ ସଂକଳ୍ପ ପତ୍ର ବାକ୍ସ ରହିବ ।

ଲୋକ ମାନେ ଗାଡ଼ି ପାଖକୁ ଆସି ମତାମତ ଦେବେ । ସେହିପରି ନାମୋ ଆପ୍ ଜରିଆରେ ମଧ୍ୟ ପରାମର୍ଶ ଦେଇ ପାରିବେ । ଏହା ସହ ୯୦୯୦୯୦୨୦୨୪ ନମ୍ବରରେ କଲ କରି ଭଏସ ମେସେଜ ଜରିଆରେ ମଧ୍ୟ ସିଧାସଳଖ ପ୍ରଧାନମନ୍ତ୍ରୀଙ୍କୁ ନିଜର ମତ ଦେଇ ପାରିବେ । ଚାଷୀଙ୍କ ଆୟ ୨ ଗୁଣ କେମିତି କରିବା, ଦାଦନ ସମସ୍ୟାର ସମାଧାନ, ଚିଟ ଫଣ୍ଡ ପ୍ରସଙ୍ଗରେ ସରକାରଙ୍କ ନୀତି କ’ଣ ହେବା ଆବଶ୍ୟକ, ମହିଳା ସଶକ୍ତିକରଣର ପାଇଁ ଆଉ କ’ଣ ପଦକ୍ଷେପ ନେବା ଆବଶ୍ୟକ । ବିଜେପି କ୍ଷମତାକୁ ଆସିଲେ ଆଉ କ’ଣ ଜନ ମଙ୍ଗଳକାରୀ ଯୋଜନା କରିହେବ । ଏ ନେଇ ମତାମତ ଦେବାକୁ ରାଜ୍ୟ ବିଜେପି ପକ୍ଷରୁ ଅନୁରୋଧ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ