Masthead

ବରଯାତ୍ରୀଙ୍କ ଉପରେ ମାଡିଗଲା ଟ୍ରକ, ୬ ମୃତ

ଭୋପାଳ (ବଡ଼ ଖବର ବ୍ୟୁରୋ): ବରଯାତ୍ରୀଙ୍କ ଉପରେ ମାଡ଼ିଗଲା ଟ୍ରକ; ୬ ମୃତ, ୧୦ ଆହତ। ମଧ୍ୟପ୍ରଦେଶ ରାଇସେନ ଜିଲ୍ଲା ନର୍ମଦାପୁରରୁ ଆସୁଥିବା ବରଯାତ୍ରୀ ରୋଷଣୀ କରି ଯାଉଥିବା ବେଳେ ସୁଲତାନପୁରରେ ଏହି ଦୁର୍ଘଟଣା ଘଟିଛି। ବିବାହ ପ୍ରୋସେସନ୍ ଚାଲିଥିବା ବେଳେ ଟ୍ରକ୍ ମାଡ଼ିଯାଇଥିବା ସୂଚନା ମିଳିଛି। ଆହତ ୧୦ ଜଣଙ୍କ ମଧ୍ୟରୁ ୫ ଗୁରୁତରଙ୍କୁ ଭୋପାଳ ସ୍ଥାନାନ୍ତର କରାଯାଇଛି।

ବରଯାତ୍ରୀ ରାସ୍ତା ଉପରେ ନାଚଗୀତରେ ମସଗୁଲ ଥିବା ବେଳେ କ୍ଷୀପ୍ର ବେଗରେ ମାଡ଼ି ଆସୁଥିବା ଟ୍ରକ୍‌ ସେମାନଙ୍କ ଉପରେ ଚଢ଼ି ଯାଇଥିଲା। ଲୋକଙ୍କ ଚିତ୍କାର ଶୁଣି ସ୍ଥାନୀୟ ଲୋକେ ତୁରନ୍ତ ସେମାନଙ୍କୁ ଉଦ୍ଧାର କରିଥିଲେ। ପୁଲିସ୍‌ ପହଞ୍ଚି ଆହତଙ୍କୁ ପ୍ରଥମେ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରିଥିଲା। ସେଠାରୁ ସେମାନଙ୍କୁ ଭୋପାଳସ୍ଥିତ ଏମ୍ସକୁ ସ୍ଥାନାନ୍ତର କରାଯାଇଥିବା ଜଣାଯାଇଛି। ଦୁର୍ଘଟଣା ଖବର ପାଇ ତୁରନ୍ତ ଜିଲ୍ଲାପାଳ ଓ ଏସ୍‌ପି ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ସମୀକ୍ଷା କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ