Masthead

ଇସ୍ତଫା ଦେଲେ ହରିୟାଣା ମୁଖ୍ୟମନ୍ତ୍ରୀ

ହରିୟାଣା (ବଡ଼ ଖବର ବ୍ୟୁରୋ): ହରିୟାଣା ମୁଖ୍ୟମନ୍ତ୍ରୀ ମନୋହର ଲାଲ୍ ଖଟ୍ଟରଙ୍କ ଇସ୍ତଫା । ରାଜ୍ୟପାଳଙ୍କୁ ଭେଟି ଇସ୍ତଫାପତ୍ର ଦେଲେ ମନୋହର ଲାଲ୍ । ଚଣ୍ଡିଗଡ଼ର ମୁଖ୍ୟମନ୍ତ୍ରୀ ବାସଭବନରେ ଏକ ବୈଠକ ପରେ ଏହି ନିଷ୍ପତ୍ତି ନିଆଯାଇଛି। ମନୋହର ଲାଲଙ୍କ ବ୍ୟତୀତ ସମଗ୍ର କ୍ୟାବିନେଟ ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ବୈଠକ ପରେ ରାଜ ଭବନରେ ରାଜ୍ୟପାଳଙ୍କୁ ଭେଟିଥିଲେ ଏବଂ ପରେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ। ତାଙ୍କ ସହ ସମଗ୍ର କ୍ୟାବିନେଟ ମଧ୍ୟ ରାଜ୍ୟପାଳ (ହରିୟାଣା ରାଜ୍ୟପାଳ) ଙ୍କୁ ଇସ୍ତଫା ପତ୍ର ଦାଖଲ କରିଛନ୍ତି।

ହରିୟାଣାରେ ନୂଆ ସରକାର ଗଠନ ସମ୍ଭାବନା । ଏନେଇ ଜାତୀୟ ଗଣମାଧ୍ୟମରେ ଖବର ପ୍ରକାଶ ପାଇଛି। ହରିୟାଣାରେ ଏବେ ବିଜେପି ଏବଂ ଜେ.ଜେ.ପି. ଗଠବନ୍ଧନ ସରକାର ରହିଛି । କୁହାଯାଉଛି ଆସନ୍ତା ଲୋକସଭା ନିର୍ବାଚନରେ ମନୋହର ଲାଲ୍ ଖଟ୍ଟର ଲଢ଼ିପାରନ୍ତି । ଏଥିଲାଗି ସେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି । ତାଙ୍କ ସ୍ଥାନରେ ନାୟବ ସିଂ ସାଇନି କିମ୍ବା ସଞ୍ଜୟ ଭାଟିଆଙ୍କୁ ମୁଖ୍ୟମନ୍ତ୍ରୀ କରାଯାଇପାରେ । ଏନେଇ ଆଜି ବସିବ ବିଜେପି ବିଧାୟକ ଦଳ ବୈଠକ। ସେହିପରି ଆଜି ହରିୟାଣାରେ ବିଜେପି ଏବଂ ଜେଜେପି ବା ଜନନାୟକ ଜନତା ପାର୍ଟି ମେଣ୍ଟ ଭାଙ୍ଗିବା ଆଶଙ୍କା କରାଯାଉଛି ।

ସେପଟେ ହରିୟାଣାର ସ୍ବାଧୀନ ବିଧାୟକ ନୟନ ପାଲ ରାୱତ କହିଛନ୍ତି, ମନୋହର ଲାଲଙ୍କ ନେତୃତ୍ୱରେ ସରକାରଙ୍କୁ ଆମେ ସମର୍ଥନ କରିସାରିଛୁ। ଏପରିକି ଲୋକ ସଭା ନିର୍ବାଚନ ପାଇଁ ରଣନୀତି ସମ୍ପର୍କରେ ମଧ୍ୟ ଆଲୋଚନା କରାଯାଇଥିବା ସେ କହିଛନ୍ତି। ଅନ୍ୟପକ୍ଷେ ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର ତାଙ୍କ ପଦରୁ ଇସ୍ତଫା ଦେଇପାରନ୍ତି ବୋଲି ଅନୁମାନ କରାଯାଉଛି। ଏପରିକି ମୁଖ୍ୟମନ୍ତ୍ରୀ ମନୋହର ଲାଲ ଲୋକ ସଭା ନିର୍ବାଚନ ଲଢ଼ିବେ ବୋଲି ଏକ ବିଶେଷ ସୂତ୍ରରୁ ଜଣାପଡିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼