Masthead

ଆଜି ଆସିପାରେ ବିଜେପିର ଦ୍ୱିତୀୟ ପ୍ରାର୍ଥୀ ତାଲିକା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଲୋକସଭା ନିର୍ବାଚନ ପାଇଁ ଟିକେଟ କସରତ ଜୋରଦାର । ଆଜି ଆସିପାରେ ବିଜେପିର ଦ୍ୱିତୀୟ ପର୍ୟ୍ୟାୟ ପ୍ରାର୍ଥୀ ତାଲିକା । ମଧ୍ୟପ୍ରଦେଶ, ଗୁଜରାଟ, ମହାରାଷ୍ଟ୍ର, ହିମାଚଳ ପ୍ରଦେଶ, ତେଲେଙ୍ଗାନା ସମେତ ଅନ୍ୟ କିଛି ରାଜ୍ୟର ପାଖାପାଖି ୧୦୦ଟି ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିପାରେ ଦଳ । ସୋମବାର ଦିଲ୍ଲୀ ମୁଖ୍ୟାଳୟରେ ରାଷ୍ଟ୍ରୀୟ ବିଜେପି ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ଅଧ୍ୟକ୍ଷତାରେ ବସିଥିବା କେନ୍ଦ୍ରୀୟ ନିର୍ବାଚନ କମିଟି ବୈଠକରେ ଏହି ସମସ୍ତ ନାଁ ଉପରେ ଚୂଡାନ୍ତ ମୋହର ମାରି ସାରିଥିବା ବେଳେ କେବଳ ଘୋଷଣା ବାକି ଅଛି ।

ପ୍ରଥମ ପର୍ଯ୍ୟାୟରେ ୧୯୫ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଥିଲା । ତେବେ ଦ୍ୱିତୀୟ ପର୍ଯ୍ୟାୟ ତାଲିକାରେ ୧୦୦ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା ହେବାର ସମ୍ଭାବନା ରହିଛି ।ବିହାର, ତାମିଲନାଡୁ ସମେତ ଓଡ଼ିଶା ପାଇଁ ପ୍ରାର୍ଥୀ ତାଲିକା ତୃତୀୟ ପର୍ଯ୍ୟାୟରେ ଘୋଷଣା କରାଯାଇପାରେ ବୋଲି ଚର୍ଚ୍ଚା ହେଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା