Masthead

ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗି ନୀତି, ୩ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ

ପୁରୀ(ବଡ଼ ଖବର ବ୍ୟୁରୋ): ଆଜି ଫାଲଗୁନ ଶୁକ୍ଲ ଚତୁର୍ଥୀ। ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗି ନୀତି । ସନ୍ଧ୍ୟା ୬ରୁ ରାତି ୯ଟା, ୩ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ । ଦ୍ବିତୀୟ ଭୋଗମଣ୍ଡପ ପରେ ଆରମ୍ଭ ହେବ ନୀତିକାନ୍ତି । ଦ୍ୱିତୀୟ ଭୋଗମଣ୍ଡପ ଉଠିବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରି ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଆଦି ପାରମ୍ପରିକ ରଙ୍ଗ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇଛି। ଏହା ଗୁପ୍ତ ନୀତି ହୋଇଥିବାରୁ ସନ୍ଧ୍ୟା ୬ଟାରୁ ରାତ୍ର ୯ଟା ଯାଏ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ବନକଲାଗି ନୀତି ପରେ ଠାକୁରଙ୍କୁ ମହାସ୍ନାନ କରାଯାଇ ପୁନର୍ବାର ଦର୍ଶନ ସହ ଅନ୍ୟ ନୀତିକାନ୍ତି ଆରମ୍ଭ ହେବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା