Masthead

ଆଉ ୨୨ଟି ନୂଆ ଏନଏସି ଘୋଷଣା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଉ ୨୨ଟା ନୂଆ ଏନଏସି ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ରାଜ୍ୟର ୧୩ ଜିଲ୍ଲାରେ ୨୨ଟି ନୂଆ ଏନଏସି ଘୋଷଣା । ବୌଦ୍ଧ ଜିଲ୍ଲାର ମନମୁଣ୍ଡା, ପୁରୁଣାକଟକ, ବାଉଁଶୁଣୀକୁ ଏନଏସି ମାନ୍ୟତା ଦିଆଯାଇଛି । ବଲାଙ୍ଗିରର ଲୋଇସିଂହା ଓ ସିନ୍ଧେକେଲା, ବରଗଡ଼ର ସୋହେଲାକୁ ଏନଏସି ଘୋଷଣା କରାଯାଇଛି । ସେହିପରି ବାଲେଶ୍ବରର ବାଲିଆପାଳ, ଖଇରା ଓ ଭଦ୍ରକର ଧାମରା ନୂଆ ଏନଏସି ଘୋଷଣା କରାଯାଇଛି ।

ଢେଙ୍କାନାଳର ରାସୋଳ, ଜଗତସିଂହପୁରର କୁଜଙ୍ଗ ନୂଆ ଏନଏସି ମାନ୍ୟତା ମିଳିଛି । କଳାହାଣ୍ଡିର ନର୍ଲା, ଏମ୍‌.ରାମପୁର ଓ ଖୋର୍ଦ୍ଧାର ବୋଲଗଡ ନୟାଗଡ଼ର ଶରଣକୂଳ, ପୁରୀର ସାକ୍ଷୀଗୋପାଳ ଓ କାକଟପୁର ଏନଏସି । ସମ୍ବଲପୁରର ରେଙ୍ଗାଲି ଓ ବାମଣ୍ଡା, ସୁବର୍ଣ୍ଣପୁରର ସୁବଳୟା, ଉଲୁଣ୍ଡା, ରାମପୁର ଭଞ୍ଜନଗର ଏନଏସି ମୁନିସିପାଲିଟିକୁ ଉନ୍ନୀତ ହେଲା ।

ଜନସାଧାରଣଙ୍କ ଦାବି, କ୍ରମବର୍ଦ୍ଧିଷ୍ଣୁ ଜନସଂଖ୍ୟା, ବିକାଶ ଓ ଅର୍ଥନୈତିକ ଅଭିବୃଦ୍ଧିକୁ ଦୃଷ୍ଟିରେ ରଖି, ଏହି ନୂତନ ବିଜ୍ଞାପିତ ଅଞ୍ଚଳ ପରିଷଦ ଗଠନ ପାଇଁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି। ଅଞ୍ଚଳର ସାମଗ୍ରିକ ବିକାଶ କ୍ଷେତ୍ରରେ ନବଗଠିତ ପରିଷଦ ଗୁଡିକ କାର୍ଯ୍ୟ କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ବ୍ୟକ୍ତ କରିଛନ୍ତି। ଗତ ମାସ ରେ ମୁଖ୍ୟମନ୍ତ୍ରୀ 35 ଟି ନୂଆ NAC ଓ 5 ଟି ନୂଆ municipality ଗଠନ ବିଷୟ ଘୋଷଣା କରିଥିଲେ.

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ