ଦିଲ୍ଲୀରୁ ଫେରିଲେ ରାଜ୍ୟ ବିଜେପି ସଭାପତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡ଼ିଶାରେ ମେଣ୍ଟ ହେବ ନା ନାହିଁ ? ରାଜ୍ୟର ସାଧାରଣ ଲୋକଙ୍କ ମନରେ ଏହାକୁ ନେଇ ଉଙ୍କି ମାରୁଥିବା ପ୍ରଶ୍ନର ଉତ୍ତର କାହା ପାଖରେ ନାହିଁ । ଗତ ୪ ଦିନ ହେଲା ଓଡ଼ିଶାର ବିଜେପି ନେତାମାନେ ଦିଲ୍ଲୀରେ ଡେରା ପକାଇଛନ୍ତି । ସମ୍ଭାବ୍ୟ ମେଣ୍ଟକୁ ନେଇ ଘନଘନ ବୈଠକ ହେଉଛି। ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି.ନଡ୍ଡା, ସଙ୍ଗଠନ ମହାମନ୍ତ୍ରୀ ବି.ଏଲ୍‌.ସନ୍ତୋଷ ବିଭିନ୍ନ ପର୍ଯ୍ୟାୟରେ ଓଡ଼ିଶା ପ୍ରଭାରୀ ବିଜୟପାଲ ସିଂହ ତୋମାର, ଉପ ପ୍ରଭାରୀ ଲତା ଉସେଣ୍ଡି ଓ ରାଜ୍ୟ ବିଜେପି ନେତୃତ୍ୱଙ୍କ ସହ ବୈଠକ ହୋଇଛି। ସେପଟେ ଆଜି ନବୀନ ନିବାସରେ ବସୁଛି ବିଜେଡିର ବଡ଼ ବୈଠକ ।

ଅପରାହ୍ନ ୪ଟା ୩୦ରେ ବୈଠକ ହେବ ବୋଲି କୁହାଯାଉଛି । ବରିଷ୍ଠ ନେତା ମାନଙ୍କ ସହ ଜିଲ୍ଲା ପର୍ଯ୍ୟବେକ୍ଷକ ମାନେ ମଧ୍ୟ ବୈଠକରେ ସାମିଲ ହେବେ ବୋଲି ସୂଚନା ମିଳିଛି । ବୈଠକରେ ନିର୍ଦ୍ଦିଷ୍ଟ କେଉଁ ବିଷୟରେ ଆଲୋଚନା ହେବ ସେନେଇ ସୂଚନା ଦିଆଯାଇନାହିଁ । ହେଲେ ଦଳୀୟ ନେତୃବୃନ୍ଦଙ୍କ ସହ ମେଣ୍ଟ ନେଇ ଆଲୋଚନା କରାଯିବା ସହ ଆସନ ଭାଗବଣ୍ଟା ନେଇ ସୂଚନା ଦିଆଯାଇପାରେ ବୋଲି ଅନୁମାନ କରାଯାଉଛି । ଅନ୍ୟପଟେ ଦିଲ୍ଲୀରୁ ଫେରିଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ। କହିଛନ୍ତି ସବୁ ବିଷୟରେ ବିଚାର ଆଲୋଚନା କରୁଛୁ। ଆମ ପ୍ରକ୍ରିୟା ଯାହା ହେବା କଥା ଚାଲିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ 🔴 ବଢ଼ିଲା ରେପୋ ରେଟ୍ 🔴 ଆସନ୍ତାକାଲି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ 🔴 ଝଡବର୍ଷା ସମ୍ଭାବନା, ଆଲର୍ଟ ଜାରି 🔴 ଅସ୍ୱାଭାବିକ ଭାବେ ବଢ଼ିଛି ପୁରୀର ଦିନ ତାପମାତ୍ରା 🔴 ଆଜି ଓଡ଼ିଶା ଆସୁଛନ୍ତି ରାଜନାଥ ସିଂ 🔴 ଓଡ଼ିଶା ଗସ୍ତରେ ଆସୁଛନ୍ତି  ୨ କେନ୍ଦ୍ରମନ୍ତ୍ରୀ 🔴 ଆଜି CEC ମାମଲାର ସୁପ୍ରିମକୋର୍ଟରେ ଶୁଣାଣି 🔴 ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର 🔴 ପାର୍ବଣ ପୂର୍ବରୁ ବ୍ରହ୍ମପୁର ନିମଖଣ୍ଡିରେ ଚାଞ୍ଚଲ୍ୟ 🔴 ଆଜି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ 🔴 ବଢ଼ିଲା ରେପୋ ରେଟ୍ 🔴 ଆସନ୍ତାକାଲି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ 🔴 ଝଡବର୍ଷା ସମ୍ଭାବନା, ଆଲର୍ଟ ଜାରି 🔴 ଅସ୍ୱାଭାବିକ ଭାବେ ବଢ଼ିଛି ପୁରୀର ଦିନ ତାପମାତ୍ରା 🔴 ଆଜି ଓଡ଼ିଶା ଆସୁଛନ୍ତି ରାଜନାଥ ସିଂ 🔴 ଓଡ଼ିଶା ଗସ୍ତରେ ଆସୁଛନ୍ତି  ୨ କେନ୍ଦ୍ରମନ୍ତ୍ରୀ 🔴 ଆଜି CEC ମାମଲାର ସୁପ୍ରିମକୋର୍ଟରେ ଶୁଣାଣି 🔴 ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର 🔴 ପାର୍ବଣ ପୂର୍ବରୁ ବ୍ରହ୍ମପୁର ନିମଖଣ୍ଡିରେ ଚାଞ୍ଚଲ୍ୟ