ରାଷ୍ଟ୍ରପତିଙ୍କୁ ଦେଲେ ଏକକ ନିର୍ବାଚନ ରିପୋର୍ଟ

ଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଏକକ ନିର୍ବାଚନ ପ୍ରସଙ୍ଗରେ ରିପୋର୍ଟ ପ୍ରଦାନ କରିଛନ୍ତି ରାମନାଥ କୋବିନ୍ଦଙ୍କ ଅଧ୍ୟକ୍ଷତାରେ ଗଠିତ ଉଚ୍ଚ ସ୍ତରୀୟ କମିଟି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଏକକ ନିର୍ବାଚନ ପ୍ରସଙ୍ଗରେ ରିପୋର୍ଟ ପ୍ରଦାନ କରିଛନ୍ତି କମିଟି ଅଧ୍ୟକ୍ଷ ରାମନାଥ କୋବିନ୍ଦ। ୧୮ ହଜାର ୬୨୬ ପୃଷ୍ଠାର ବିଶିଷ୍ଟ ଦୀର୍ଘ ରିପୋର୍ଟ ରାଷ୍ଟ୍ରପତିଙ୍କୁ ପ୍ରଦାନ କରାଯାଇଛି ।

୧୯୧ ଦିନ ଧରି ଏହି କମିଟି ଗୋଟିଏ ଦେଶ ଗୋଟିଏ ନିର୍ବାଚନକୁ ନେଇ ଅନୁଧ୍ୟାନ କରିଥିଲା । ଗୋଟିଏ ଦେଶ ଗୋଟିଏ ନିର୍ବାଚନ ନେଇ କମିଟି ବିଭିନ୍ନ ଦିଗ ଉପରେ ତର୍ଜମା କରି ଏହି ରିପୋର୍ଟ ପ୍ରସ୍ତୁତ କରିଛି । ଗୋଟିଏ ନିର୍ବାଚନ ନେଇ ବୁଦ୍ଧିଜୀବୀଙ୍କ ଠାରୁ ଆରମ୍ଭ କରି ସାଧାରଣ ଲୋକଙ୍କ ଠାରୁ ମଧ୍ୟ ପରାମର୍ଶ ନିଆଯାଇଛି ।ବିଜେପି ଓ କନରାଡ ସାଙ୍ଗାମାଙ୍କ ଦଳ ‘ଏନପିପି’ ଦୁଇ ଜାତୀୟ ଦଳ ଭାବେ ଏହାକୁ ସମର୍ଥନ କରିଛନ୍ତି । ଅନ୍ୟ ସମର୍ଥିତ ଦଳଙ୍କ ମଧ୍ୟରେ ଆଞ୍ଚଳିକ ଦଳମାନେ ହିଁ ରହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ