Masthead

ଗ୍ୟାସ୍‌ ଟ୍ୟାଙ୍କରକୁ ଧକ୍କା ଦେଲା ପ୍ରସନ୍ନ ଆଚାର୍ଯ୍ୟଙ୍କ କାର୍

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେଡିର ବରିଷ୍ଠ ନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ । ବିଳମ୍ବିତ ରାତିରେ ଦୁର୍ଘଟଣାର ଶିକାର ହୋଇଛନ୍ତି ବିଜୁ ଜନତା ଦଳର ଏହି ହେଭିୱେଟ୍ ନେତା । ସମ୍ବଲପୁରରେ ଏକ ଘରୋଇ ମେଡିକାଲରେ ତାଙ୍କର ଚିକିତ୍ସା ଜାରି ରହିଛି । ଗୁରୁବାର ନବୀନ ନିବାସରେ ଗୁରୁତ୍ୱପୂର୍ଣ୍ଣ ବୈଠକ ସାରି ବରଗଡ଼ ଫେରୁଥିବା ବେଳେ ରେଢ଼ାଖୋଲର ବେଲଗଡ଼ ଠାରେ ଟ୍ରକ ସହ ମୁହାଁମୁହିଁ ଧକ୍କା ହୋଇଥିଲା ପ୍ରସନ୍ନଙ୍କ ଗାଡ଼ି ।

୫୫ ନମ୍ବର ଜାତୀୟ ରାଜପଥରରେ ତାଙ୍କ ଗାଡ଼ିକୁ ଏକ ଗ୍ୟାସ୍ ବୋଝେଇ ଟ୍ୟାଙ୍କର ଧକ୍କା ଦେଇଛି। ଦୁର୍ଘଟଣାରେ ପ୍ରସନ୍ନ ଆଚାର୍ଯ୍ୟ ଓ ତାଙ୍କ ପିଏସଓ ଗୁରୁତର ଆହତ ହୋଇଛନ୍ତି। ଡ୍ରାଇଭର ସାମାନ୍ୟ ଆହତ ହୋଇଛନ୍ତି। ଦୁର୍ଘଟଣା ପରେ ସମସ୍ତଙ୍କୁ ପ୍ରଥମେ ରେଢ଼ାଖୋଲ ଉପଖଣ୍ଡ ଚିକିତ୍ସାଳୟକୁ ନିଆଯାଇଥିଲା। ପରେ ସମସ୍ତଙ୍କୁ ସମ୍ବଲପୁର ସ୍ଥାନାନ୍ତର କରାଯାଇଛି। ସମ୍ବଲପୁରର ଏକ ଘରୋଇ ମେଡିକାଲରେ ସମସ୍ତଙ୍କ ଚିକିତ୍ସା ଚାଲିଛି। ପ୍ରସନ୍ନଙ୍କ ମୁଣ୍ଡ, ଆଖି, ନାକରେ ଗୁରୁତର ଆଘାତ ଲାଗିଥିବା ବେଳେ ବର୍ତ୍ତମାନ ସେ ଆଇସିୟୁରେ ଅଛନ୍ତି । ଖୁବଶୀଘ୍ର ଏୟାର ଆମ୍ବୁଲାନ୍ସ ଯୋଗେ ଭୁବନେଶ୍ୱର ସ୍ଥାନାନ୍ତର କରାଯିବା ନେଇ ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି