Masthead

ଗ୍ୟାସ୍‌ ଟ୍ୟାଙ୍କରକୁ ଧକ୍କା ଦେଲା ପ୍ରସନ୍ନ ଆଚାର୍ଯ୍ୟଙ୍କ କାର୍

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେଡିର ବରିଷ୍ଠ ନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ । ବିଳମ୍ବିତ ରାତିରେ ଦୁର୍ଘଟଣାର ଶିକାର ହୋଇଛନ୍ତି ବିଜୁ ଜନତା ଦଳର ଏହି ହେଭିୱେଟ୍ ନେତା । ସମ୍ବଲପୁରରେ ଏକ ଘରୋଇ ମେଡିକାଲରେ ତାଙ୍କର ଚିକିତ୍ସା ଜାରି ରହିଛି । ଗୁରୁବାର ନବୀନ ନିବାସରେ ଗୁରୁତ୍ୱପୂର୍ଣ୍ଣ ବୈଠକ ସାରି ବରଗଡ଼ ଫେରୁଥିବା ବେଳେ ରେଢ଼ାଖୋଲର ବେଲଗଡ଼ ଠାରେ ଟ୍ରକ ସହ ମୁହାଁମୁହିଁ ଧକ୍କା ହୋଇଥିଲା ପ୍ରସନ୍ନଙ୍କ ଗାଡ଼ି ।

୫୫ ନମ୍ବର ଜାତୀୟ ରାଜପଥରରେ ତାଙ୍କ ଗାଡ଼ିକୁ ଏକ ଗ୍ୟାସ୍ ବୋଝେଇ ଟ୍ୟାଙ୍କର ଧକ୍କା ଦେଇଛି। ଦୁର୍ଘଟଣାରେ ପ୍ରସନ୍ନ ଆଚାର୍ଯ୍ୟ ଓ ତାଙ୍କ ପିଏସଓ ଗୁରୁତର ଆହତ ହୋଇଛନ୍ତି। ଡ୍ରାଇଭର ସାମାନ୍ୟ ଆହତ ହୋଇଛନ୍ତି। ଦୁର୍ଘଟଣା ପରେ ସମସ୍ତଙ୍କୁ ପ୍ରଥମେ ରେଢ଼ାଖୋଲ ଉପଖଣ୍ଡ ଚିକିତ୍ସାଳୟକୁ ନିଆଯାଇଥିଲା। ପରେ ସମସ୍ତଙ୍କୁ ସମ୍ବଲପୁର ସ୍ଥାନାନ୍ତର କରାଯାଇଛି। ସମ୍ବଲପୁରର ଏକ ଘରୋଇ ମେଡିକାଲରେ ସମସ୍ତଙ୍କ ଚିକିତ୍ସା ଚାଲିଛି। ପ୍ରସନ୍ନଙ୍କ ମୁଣ୍ଡ, ଆଖି, ନାକରେ ଗୁରୁତର ଆଘାତ ଲାଗିଥିବା ବେଳେ ବର୍ତ୍ତମାନ ସେ ଆଇସିୟୁରେ ଅଛନ୍ତି । ଖୁବଶୀଘ୍ର ଏୟାର ଆମ୍ବୁଲାନ୍ସ ଯୋଗେ ଭୁବନେଶ୍ୱର ସ୍ଥାନାନ୍ତର କରାଯିବା ନେଇ ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ