ଆଜି ବସିବ ବିଜେପି ରାଜ୍ୟ ନିର୍ବାଚନ କମିଟି ବୈଠକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ବିଜେଡି-ବିଜେପି ମେଣ୍ଟ ହେବ ବୋଲି ଯେଉଁ ଚର୍ଚ୍ଚା ଚାଲିଥିଲା ସେନେଇ ଗୁରୁବାର ଠାରୁ ବିଶେଷ ଆଲୋଚନା ହେଉନାହିଁ। ମେଣ୍ଟ ହେବ ନ ହେବ ତା’ର ସ୍ପଷ୍ଟ ଚିତ୍ର ନ ଥିବା ଉଭୟ ବିଜେଡି ଏବଂ ବିଜେପି ନେତାମାନେ ଖୋଲାଖୋଲି ମତଦେବା ଆରମ୍ଭ କଲେଣି। ଏହାରି ଭିତରେ ଆଜି ବସିବ ବିଜେପି ରାଜ୍ୟ ନିର୍ବାଚନ କମିଟି ବୈଠକ । ବୈଠକରେ ଆସନ୍ତା ନିର୍ବାଚନରେ ସମସ୍ତ ସିଟ୍ ନେଇ ଆଲୋଚନା ହେବ ।

ବିଜେପି ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂହ ତୋମାରଙ୍କ ଅଧ୍ୟକ୍ଷତାରେ ବୈଠକରେ ଯୋଗଦେବେ ବରିଷ୍ଠ ନେତା । ତେବେ ଓଡିଶା ଆସିଥିବା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଏହି ବୈଠକରେ ଯୋଗଦେବେ ବୋଲି ସୂଚନା ରହିଛି । ନିର୍ବାଚନ ସମ୍ବନ୍ଧିତ ବହୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଏହି ବୈଠକରେ ନିଆଯାଇପାରେ । ଗଲକାଲି ଏହି ବୈଠକ ହେବାକୁ ସ୍ଥିର ହୋଇଥିବାବେଳେ, ବ୍ୟକ୍ତିଗତ କାରଣ ପାଇଁ ପ୍ରଭାରୀ ବିଜୟ ପାଲ ସିଂହ ତୋମାର ଆସି ପାରିଲେ ନାହିଁ । ତେଣୁ ଏହି ବୈଠକ ଏହି ଆଜି ହେବାକୁ ସ୍ଥିର ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ