Masthead

ବିଜେପିରେ ଯୋଗ ଦେଲେ ପ୍ରସିଦ୍ଧ ଗାୟିକା ଅନୁରାଧା ପଡୱାଲ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ବିଜେପିରେ ଯୋଗ ଦେଲେ ପ୍ରସିଦ୍ଧ ଗାୟିକା ଅନୁରାଧା ପଡୱାଲ । ବିଜେପି କାର୍ଯ୍ୟାଳୟରେ ଦଳର ବରିଷ୍ଠ ନେତାଙ୍କ ଉପସ୍ଥିତିରେ ସେ ବିଜେପିରେ ଯୋଗ ଦେଇଛନ୍ତି । ଆଜି ନିର୍ବାଚନ କମିଶନର ଆଗାମୀ ଲୋକସଭା ଓ ୪ ଟି ରାଜ୍ୟର ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା କରିବାକୁ ଯାଉଛନ୍ତି । ଠିକ୍ ଏହି ସମୟରେ ଅନୁରାଧା ବିଜେପିରେ ଯୋଗ ଦେଉଥିବାରୁ ତାଙ୍କୁ ବିଜେପି ଲୋକସଭା ପାଇଁ ପ୍ରାର୍ଥୀ କରିପାରେ ବୋଲି ଅନୁମାନ କରାଯାଉଛି ।

ବିଜେପିରେ ଯୋଗଦେଇ ଅନୁରାଧା କହିଛନ୍ତି, ସନାତନ ଧର୍ମ ସହ ଗଭୀର ସମ୍ପର୍କ ଥିବା ଲୋକମାନଙ୍କ ସହ ଯୋଡ଼ି ହୋଇ ଖୁସି ଲାଗୁଛି। ଫିଲ୍ମଜଗତ ପାଇଁ ଗାଇବା ସହ ଆଧ୍ୟାତ୍ମିକ ଗୀତ ବି ଗାଇଛି। ଯେଉଁ ସମୟରେ ରାମଲାଲାଙ୍କ ସ୍ଥାପନା କରାଗଲା, ସେଠାରେ ମୋତେ ଗାଇବାକୁ ସୁଯୋଗ ଦିଆଯାଇଥିଲା, ଏହା ମୋର ସୌଭାଗ୍ୟ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ