Masthead

ହାଇୱା ଧକ୍କାରେ ସାଇକେଲ ଆରୋହୀ ମୃତ, ଉତ୍ୟକ୍ତ ଲୋକଙ୍କ ରାଜପଥ ଅବରୋଧ

ଯୋଡା (ବଡ଼ ଖବର ବ୍ୟୁରୋ): ଚମ୍ପୁଆ ଥାନା, ଏନ୍ ଏଚ୍ ୫୨୦ ଆଙ୍ଗୁଳିଆ ନିକଟରେ ଦୁର୍ଘଟଣା । ହାଇୱା ଧକ୍କାରେ ସାଇକେଲ ଆରୋହୀ ମୃତ । ମୃତକ ସୁନ୍ଦରଗଡ଼ ଜିଲ୍ଲା କୋଇଡ଼ା କାଦଡିହ ଅଞ୍ଚଳର ରୋହିତ ସିଂ । ଦୁର୍ଘଟଣା ଘଟାଇଥିବା ଗାଡ଼ିର ଡ଼୍ରାଇଭରକୁ ସ୍ଥାନୀୟ ଲୋକେ ଅଟକ ରଖିଥିଲେ । ସୂଚନା ପାଇ ଚମ୍ପୁଆ ପୋଲିସ୍ ଘଟଣାସ୍ଥଳରେ ପହଁଚି ହାଇୱା ଡ୍ରାଇଭରକୁ ମୁକୁଳାଇ ରିମୁଳି ଫାଣ୍ଡିକୁ ନେଇଛି ।

ରାଜପଥରେ ବେପରୁଆ ଓ ଦ୍ରୁତ ଗତି ଗାଡ଼ି ଚାଳନା ଯୋଗୁଁ ଆଙ୍ଗୁଳିଆ ନିକଟରେ ବାରମ୍ବାର ଏହିପରି ସଡ଼କ ଦୁର୍ଘଟଣା ଘଟି ଅନେକଙ୍କ ଜୀବନ ହାନୀ ଘଟୁଛି । ଆଜି ପୁଣି ଜଣଙ୍କ ଜୀବନ ଯାଇଛି । ଯାହାକୁ ନେଇ ଘଟଣା ସ୍ଥଳରେ ତୀବ୍ର ଉତ୍ତେଜନା ଦେଖାଦେଇଛି । ଉତ୍ୟକ୍ତ ଲୋକେ ରାଜପଥକୁ ଅବରୋଧ କରିଛନ୍ତି । ରାସ୍ତାର ଉଭୟ ପାର୍ଶ୍ଵରେ ଶହ ଶହ ଗାଡ଼ି ମୋଟର ଅଟକି ରହିଛି । ଚମ୍ପୁଆ ପୋଲିସ୍ ଲୋକଙ୍କୁ ବୁଝାସୁଝା କରୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ