Masthead

ଦିନରେ ଭ୍ରମ ସୃଷ୍ଟିକଲା କଳାହାଣ୍ଡିଆ ମେଘ

ଜଳେଶ୍ୱର (ବଡ଼ ଖବର ବ୍ୟୁରୋ): ବାଲେଶ୍ୱର ଜିଲ୍ଲା ଭୋଗରାଇ ବ୍ଲକରେ ଦିନରେ ଭ୍ରମ ସୃଷ୍ଟି କଲା କଳାହାଣ୍ଡିଆ ମେଘ । ଅନେକ ଜାଗାରେ ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି । ସକାଳୁ ସକାଳୁ ମାଡି ଆସିଲା କଳାହାଣ୍ଡିଆ ମେଘ ।  ଆଜି ଚୈତ୍ର ମାସର ପବିତ୍ର ସୋମବାର ଥିବାରୁ ବାବା ଚନ୍ଦନେଶ୍ବରଙ୍କ ପୀଠ ଲୋକାରଣ୍ୟ ହୋଇଥିବା ବେଳେ ପ୍ରବଳ ବର୍ଷା ପାଇଁ ଭକ୍ତ ଶୂନ୍ୟ ହେଲା ମନ୍ଦିର । ପ୍ରବଳ ବର୍ଷା ସାଙ୍ଗକୁ ହାଲୁକା ମାତ୍ରାର ପବନ ବୋହୁଥିବା ବେଳେ ଯାନବାହାନ ଚଳାଚଳ ଠପ ହୋଇଯାଛି । କାଲିଠୁ ୨୧ ତାରିଖ ପର୍ଯ୍ୟନ୍ତ କାଳବୈଶାଖୀ ନେଇ ପାଣିପାଗ ବିଭାଗର ସତର୍କତା ଜାରି କରିଛି । ବଜ୍ରପାତ ସହ ୪୦ କିଲୋମିଟର ବେଗରେ ପବନ ବହିବ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱର ପାଣିପାଗ କେନ୍ଦ୍ର । ୯ ଜିଲ୍ଲାକୁ ଅରେଞ୍ଜ, ୪ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରିକରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ