Masthead

ରାଜଧାନୀରେ କେତେ ପଜିଟିଭ ଜାଣନ୍ତୁ ?

ଭୁବନେଶ୍ୱର, (ବଡ଼ ଖବର ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଦିନକୁ ଦିନ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । ଆଜି ଦିନକରେ ଭୁବନେଶ୍ୱରରୁ ସମୁଦାୟ ୮୮ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୧୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୭୧ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏହାସହିତ ଆଜି ଦିନକରେ ୨୩୦ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି ।

ଚିହ୍ନଟ ୮୮ଜଣ ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ୱରରେ ମୋଟ ଆକ୍ରନ୍ତଙ୍କ ସଂଖ୍ୟା ୨୮ହଜାର ୭୮୨ରେ ପହଞ୍ଚିଛି । ସେହିପରି ବର୍ତ୍ତମାନ ସୁଦ୍ଧା ୨୬ ହଜାର ୬୦୭ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୯୯୬ଜଣ ଆକ୍ରାନ୍ତ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ଅନ୍ୟପଟେ ଏଯାବତ୍ ୧୫୮ଜଣଙ୍କର ମୁଣ୍ଡ ନେଇ ସାରିଲାଣି ମହାମାରୀ କରୋନା । ରାଜଧାନୀରେ ଗତ କିଛି ଦିନ ହେବ କରୋନା ସଂକ୍ରମଣ ହାର ହ୍ରାସ ପାଇବାରେ ଲାଗିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇସ୍ରାଏଲ ଓ ଇରାନ ଯୁଦ୍ଧରେ ଆମେରିକାର ଏଣ୍ଟ୍ରି 🔴 ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା 🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ଇସ୍ରାଏଲ ଓ ଇରାନ ଯୁଦ୍ଧରେ ଆମେରିକାର ଏଣ୍ଟ୍ରି 🔴 ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା 🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ