Masthead

ପ୍ରେମ ସମ୍ପର୍କରୁ ହତ୍ୟା

କଳାହାଣ୍ଡି, (ବଡ଼ ଖବର ବ୍ୟୁରୋ): କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ଥାନା ଗଏନ୍ଦିମୁଣ୍ଡା ଗାଁରେ ଯୁବକଙ୍କୁ ନିର୍ମମ ହତ୍ୟା। ପ୍ରେମ ସଂପର୍କକୁ ନେଇ ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିଯୋଗ ଆଣିଛନ୍ତି । ଗତକାଲି ଖଲିଆକାନୀ ଗାଁର ଦିଲୀପ ମେହେର ସାଙ୍ଗ ଲୋକନାଥଙ୍କ ସହ ଗଏନ୍ଦିମୁଣ୍ଡା ଯାଇଥିଲେ। ସେଠାରେ ଝିଅର ପରିବାର ଲୋକ ସେମାନଙ୍କୁ ଘେରାଉ କରିଥିଲେ। ଘଟଣାସ୍ଥଳରେ ଉତ୍ତେଜନା ହେବାରୁ ତାଙ୍କ ସାଙ୍ଗ ସେଠାରୁ ଖସି ଘଟଣା ସମ୍ପର୍କରେ ପରିବାର ଲୋକଙ୍କୁ ସୂଚନା ଦେଇଥିଲେ। ପରିବାର ଲୋକ ଦିଲୀପଙ୍କୁ ଖୋଜାଖୋଜି କରିବା ବେଳେ ଗାଁ ମୁଣ୍ଡରେ ତାଙ୍କ ରକ୍ତ ଜୁଡୁବୁଡୁ ଶବ ପଡିଥିବା ଦେଖି ପୋଲିସକୁ ଖବର ଦେଇଥିଲେ। ଏହାଏକ ହତ୍ୟାକାଣ୍ଡ ଵୋଲି ପରିବାର ଲୋକ ଅଭିଯୋଗ କରିଛନ୍ତି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ପ୍ରେମ ସମ୍ପର୍କରୁ ହତ୍ୟା ହୋଇଛି ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ପୋଲିସ ଝିଅ, ଝିଅର ବାପା, ମାଆ ଓ ଭାଇଙ୍କୁ ଅଟକ ରଖି ସାଇଣ୍ଟିଫିକ ଟିମ ସହାୟତାରେ ତଦନ୍ତ କରୁଛି । ସୂଚନାଯୋଗ୍ୟ, ଗୋଇନ୍ଦିମୁଣ୍ଡା ଗାଁର ଜଣେ ଯୁବତୀଙ୍କୁ ଦିଲୀପ ଦୀର୍ଘଦିନ ହେବ ପ୍ରେମ କରୁଥିଲେ । ଉପହାର ସ୍ୱରୂପ ଦିଲୀପ ଯୁବତୀଙ୍କୁ ଗୋଟିଏ ମୋବାଇଲ ଦେଇଥିଲେ । ତାଙ୍କ ସହ ମୋବାଇଲରେ କଥା ହେଉଥିଲେ । ଗତ କାଲି ଦୁଇ ସାଙ୍ଗ ମୋବାଇଲ ଆଣିବାକୁ ଯାଇଥିବା ସମୟରେ ଏହି ଘଟଣା ଘଟିଥିବା ପ୍ରତ୍ୟକ୍ଷଦର୍ଶୀ କହିଛନ୍ତି । ଅନ୍ୟପଟେ ପ୍ରେମ ସମ୍ପର୍କକୁ ନେଇ ତାଙ୍କୁ ହତ୍ୟା କରାଯାଇଥିବା କହିଛନ୍ତି ଦିଲୀପଙ୍କ ଭାଇ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼