Masthead

ଅଗ୍ନିକାଣ୍ଡରେ ପୋଡିଗଲା ଲକ୍ଷାଧିକ ଟଙ୍କାର ସମ୍ପତ୍ତି

ସୋରୋ (ବଡ଼ ଖବର ବ୍ୟୁରୋ):ଅଗ୍ନିକାଣ୍ଡରେ ଜଳିଗଲା ୩ବଖରା ଘର । ଖଇରା ବ୍ଳକ ଅନ୍ତରା ପଞ୍ଚାୟତ ପାଟୁଳି ସାହିରେ ଅଗ୍ନିକାଣ୍ଡ ଘଟି ୩ ବଖରା ସମେତ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଯାଇଛି । ଏହି ସାହିର ଭାଗିରଥିଜେନାଙ୍କ ପୁଅ ସୁବାଷ ରୋଷେଇ କରୁଥିବା ବେଳେ ଅସାବଧାନତା ଯୋଗୁଁ ହଠାତ ନିଆଁ ଲାଗିଯାଇଥିଲା । ଅଗ୍ନିକାଣ୍ଡ ଖବର ପାଇ ଅଡା ଦମକଳ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ ।

ଅଗ୍ନିକାଣ୍ଡ ଯୋଗୁଁ ଘରେ ଥିବା ୩ ହଜାର ଟଙ୍କା, ୮କୁଇଣ୍ଟାଲ ଧାନ, ଚାଉଳ ୨କୁଇଣ୍ଟାଲ ବାସନକୁସନ , ଲୁଗାପଟା ପୋଡି ପାଉଁଶ ହୋଇଯାଇଛି । ପାଖାପାଖି ୧ ଲକ୍ଷ ଟଙ୍କାର ସମ୍ପତ୍ତି ପୋଡ଼ି ଯାଇଥିବାର ଜଣାପଡିଛି । ଭାଗିରଥିଙ୍କୁ ସରକାରୀ ସହାୟତା ଯୋଗାଇ ଦେବାକୁ ଦାବି ହେଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ