Masthead

ଶିକାରୀ ଗୁଳିରେ ୨ ବନ କର୍ମଚାରୀ ଗୁରୁତର, ୧ ଆହତ

ବାଲେଶ୍ୱର(ବଡ଼ ଖବର ବ୍ୟୁରୋ): କୁଳଡିହା ବନ କର୍ମଚାରୀଙ୍କୁ ଗୁଳିମାଡ଼ । ଶିକାରୀ ଗୁଳିରେ ୨ ବନ କର୍ମଚାରୀ ଗୁରୁତର, ଜଣେ ଆହତ । ଏଭଳି ଘଟଣା ଘଟିଛି କୁଳଡିହା ପଞ୍ଚଲିଙ୍ଗେଶ୍ୱର ବ୍ରିଟ୍ ଅଞ୍ଚଳରେ । ପଞ୍ଚଲିଙ୍ଗେଶ୍ୱର ବିଟ୍ ଅଞ୍ଚଳରେ କିଛି ଶିକାରୀ ପଶିଥିବା ଖବର ପାଇ ଗତ ରାତି ପ୍ରାୟ ୮ଟା ବେଳେ ପାଟ୍ରୋଲିଂ ଟିମ୍‌ ଜଙ୍ଗଲକୁ ଯାଇଥିଲେ। ସେଠାରେ ବିଭିନ୍ନ ସ୍ଥାନରେ ଖୋଜାଖୋଜି କରିବା ପରେ ରାତି ପ୍ରାୟ ୨ଟା ବେଳେ ସେମାନେ ଶିକାରୀଙ୍କ ସହ ମୁହାଁମୁହିଁ ହୋଇଥିଲେ। ଉକ୍ତ ସମୟରେ ଜଙ୍ଗଲରେ ଦୁଇ ଶିକାରୀ ଥିବା ବେଳେ ବନ କର୍ମଚାରୀ ସେମାନଙ୍କୁ କାବୁ କରିବାକୁ ଚେଷ୍ଟା କରିଥିଲେ।

ମାତ୍ର ବନ କର୍ମଚାରୀଙ୍କ କବଳରୁ ମୁକୁଳିବାକୁ ଶିକାରୀଦ୍ୱୟ ଗୁଳିମାଡ଼ କରିଥିଲେ। ଏଥିରେ ୨ ବନ କର୍ମଚାରୀଙ୍କ ଦେହରେ ଗୁଳି ବାଜିଥିବା ବେଳେ ସେମାନଙ୍କ ଅବସ୍ଥା ଗୁରୁତର ଅଛି। ଆଉ ଜଣେ ବନ କର୍ମଚାରୀ ଡେଇଁ ପଡ଼ିଥିବା ବେଳେ ସାମାନ୍ୟ ଆହତ ହୋଇଛନ୍ତି। ଗୁଳିମାଡ଼ରେ ଗୁରୁତର ହୋଇଥିବା ୨ ବନ କର୍ମଚାରୀ କଟକ ଏସସିବି ସ୍ଥାନାନ୍ତର କରାଯାଇଛି । ଅନ୍ୟପଟେ ଆହତ ବନ କର୍ମଚାରୀଙ୍କୁ ନୀଳଗିରି ମେଡିକାଲରେ ଭର୍ତ୍ତି କରାଯାଇଛି । ଏହି ଘଟଣାରେ ୨ ଶିକାରୀଙ୍କୁ ଗିରଫ କରିଛି କୁଳଡିହା ବନ ବିଭାଗ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର