ଜୀବନ ନେଇଗଲା ରିଲ୍ସ ନିଶା, ଧକ୍କା ଦେଲା ଦ୍ରୁତଗାମୀ ଟ୍ରେନ ରେଳଧାରଣାରେ ଚାଲିଗଲା ଜୀବନ

ସୋର(ବଡ଼ ଖବର ବ୍ୟୁରୋ): ଜୀବନ ନେଇଗଲା ରିଲସ ନିଶା । ଧକ୍କା ଦେଲା ଦ୍ରୁତଗାମୀ ଟ୍ରେନ, ରେଳଧାରଣାରେ ଚାଲିଗଲା ଜୀବନ। ଏଭଳି ଘଟଣା ଘଟିଛି ବାଲେଶ୍ୱର ଜିଲ୍ଲା ସୋର ଥାନା ସବିରା ରେଳ ଷ୍ଟେସନ ନିକଟରେ । ଇନଷ୍ଟାଗ୍ରାମରେ ରିଲସ କରୁଥିବାବେଳେ ଟ୍ରେନ ଧକାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଯାଇଛି। ସୂଚନା ଅନୁସାରେ ଗତକାଲି ସବିରା ରେଳ ଷ୍ଟେସନ ନିକଟ ରେଳ ଧାରଣାରେ ଭଦ୍ରକ ଜିଲ୍ଲା ବାଣିତିଆ ଗ୍ରାମର ଅକ୍ଷୟ ପାତ୍ର ତାଙ୍କର ପାଞ୍ଚ ଜଣ ସାଥୀଙ୍କ ସହିତ ରିଲସ କରୁଥିଲେ।

କିନ୍ତୁ ଏହି ସମୟରେ ସେହି ଲାଇନରେ ଯାଉଥିବା ନୀଳାଚଳ ଏକ୍ସପ୍ରେସ ଟ୍ରେନ ଅକ୍ଷୟଙ୍କୁ ପଛରୁ ଧକା ଦେଇଥିଲା। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଯାଇଥିବା ବେଳେ ଏହା ଦେଖି ତାଙ୍କ ସହ ଥିବା ଅନ୍ୟ ସାଥୀ ମାନେ ଘଟଣା ସ୍ଥଳରୁ ଚମ୍ପଟ ମାରିଥିଲେ। ଖବରପାଇ ଆରପିଏଫ ଘଟଣାସ୍ଥଳରେ ପହଞ୍ଚି ଶବକୁ ଜବତ କରିଛି । ତେବେ ଅକ୍ଷୟଙ୍କ ସମେତ ଅନ୍ୟ ଯୁବକମାନେ ନିକଟରେ ପଡିଥିବା ଏକ ଯାତ୍ରା ପାର୍ଟିରେ ନାଚ କଳାକାର ଭାବେ କାର୍ଯ୍ୟକରୁଥିବା ସ୍ଥାନୀୟ ଲୋକେ ସୂଚନା ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’