Masthead

ଗଭୀର ସମୁଦ୍ରରେ ବନ କର୍ମଚାରୀଙ୍କୁ ଜଳଦସ୍ୟୁଙ୍କ ଆକ୍ରମଣ

କେନ୍ଦ୍ରାପଡ଼ା(ବଡ଼ ଖବର ବ୍ୟୁରୋ): ଗଭୀର ସମୁଦ୍ରରେ ବନ କର୍ମଚାରୀଙ୍କୁ ଜଳଦସ୍ୟୁଙ୍କ ଆକ୍ରମଣ । ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ଗଭୀର ସମୁଦ୍ରରେ ବନବିଭାଗର କର୍ମଚାରୀଙ୍କୁ ଜଳଦସ୍ୟୁ ମାନ ଆକ୍ରମଣର। ଗତକାଲି ବନବିଭାଗର ଏକ ଟିମ୍ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟରେ ବିରଳ ଅଲିଭି ରିଡ଼ଲେ କଇଁଛ ସୁରକ୍ଷା ପାଇଁ ପାଟ୍ରୋଲିଂ କରୁଥିବା ସମୟରେ ନିଷିଦ୍ଧାଳରେ ୧୫ ରୁ ୨୦ ଟି ଟ୍ରଲର ବେଆଇନ୍ ଭାବେ ମାଛ ମାରୁଥିଲେ ।

ପାଟ୍ରୋଲିଂ ଟିମ୍ ସେମାନଙ୍କୁ ଘଉଡ଼ାଇବାକୁ ଉଦ୍ୟମ କରିଥିଲେ ମାତ୍ର ଟ୍ରଲର ଗୁଡ଼ିକ ସଂଘବଦ୍ଧ ହୋଇ ପାଟ୍ରୋଲିଂକୁ ଘେରି ଯିବା ସହ ଆକ୍ରମଣ କରିଥିଲେ । ଏହି ସମୟରେ ବନବିଭାଗର କର୍ମଚାରୀ ଧାମରା ସାମୁଦ୍ରିକ ଥାନାକୁ ଖବର ଦେବା ସହ ନିଜେ ଧରିଥିବା ବନ୍ଧୁକ ଦେଖାଇ ସେଠାରୁ ଖସି ଆସିବାରେ ସକ୍ଷମ ହୋଇଛନ୍ତି । ଏହି ଘଟଣା ପରେ ବନବିଭାଗ ତରଫରୁ ଟ୍ରଲର ମାଫିଆଙ୍କ ନାମରେ ଧାମରା ସାମୁଦ୍ରିକ ଥାନାରେ ଏତଲା ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ