Masthead

ନିର୍ବାଚନ ପାଇଁ ବଲାଙ୍ଗିରରେ ଜୋରସୋର ସଜବାଜ

ବଲାଙ୍ଗିର (ବଡ଼ ଖବର ବ୍ୟୁରୋ): ସାଧାରଣ ନିର୍ବାଚନ ୨୦୨୪ ପାଇଁ ବଲାଙ୍ଗିରରେ ଜୋରସୋର୍ ସଜବାଜ। ଏନେଇ ପୋଲିସ ପ୍ରଶାସନ ପକ୍ଷରୁ ମିଳିତ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ କରାଯାଇଛି। ଏଥିରେ ଭୋଟରଙ୍କୁ ସଚେତନ କରିବା ସହ ରାଜନୈତିକ ଦଳ ଓ ମିଡିଆକୁ ନିୟମ ମାନି କାର୍ଯ୍ୟ କରିବାକୁ ପରାମର୍ଶ ଦିଆଯାଇଛି । ଏଥିସହ ଅଭିଯୋଗ ଶୁଣାଣି ପାଇଁ ବିଭିନ୍ନ କମିଟି ଗଠନ କରାଯାଇଥିବା କହିଛନ୍ତି ଜିଲ୍ଲାପାଳ । ତେବେ ଚଳିତ ବର୍ଷ ଜିଲ୍ଲାରେ ମୋଟ ୧୩ ଲକ୍ଷ ୨୩ ହଜାର ୧୬୨ ଭୋଟର ମତଦାନ କରିବେ ।

ଏଥିପାଇଁ ଜିଲ୍ଲା ପ୍ରଶାସନ ମୁକ୍ତ, ଅବାଧ ଓ ନିରପେକ୍ଷ ନିର୍ବାଚନ ପରିଚାଳନା ପାଇଁ ପ୍ରୟାସ ଆରମ୍ଭ କରିଦେଇଛି । ଏହି ପରିପ୍ରେକ୍ଷୀରେ ଜିଲ୍ଲାରେ ନିର୍ବାଚନୀ ପରିଚାଳନା ଓ ଆଦର୍ଶ ଆଚରଣ ବିଧିର ଅନୁପାଳନ ନେଇ ବିସ୍ତୃତ ସୂଚନା ଦେଇଛନ୍ତି ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳ ଗୌରୱ ଶିୱାଜୀ ଇସଲୱାର । ସେପଟେ ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇ ଥିବା କହିଛନ୍ତି ଏସପି ଋଷିକେଶ ଖିଲାରୀ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ