Masthead

ଲୋକଙ୍କ ମତକୁ ନେଇ ମୁଁ ନିଷ୍ପତ୍ତି ନେଇଛି: ଅଧିରାଜ ପାଣିଗ୍ରାହୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ନିର୍ବାଚନ ପୂର୍ବରୁ କଂଗ୍ରେସକୁ ବଡ଼ ଝଟକା । କଂଗ୍ରେସ ଛାଡିଲେ ଅଧିରାଜ ପାଣିଗ୍ରାହୀ। ଖଡିଆଳରୁ ବିଧାୟକ ଥିଲେ ଅଧିରାଜ। ଦଳ ଛାଡିବା ସହ କଂଗ୍ରେସ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ଏଥିସହ ଦଳର ସମସ୍ତ ପଦ ପଦବୀରୁ ଇସ୍ତଫା ଦେଇଥିବା ସେ ତାଙ୍କ ଇସ୍ତଫା ପତ୍ରରେ ଉଲ୍ଲେଖ କରିଛନ୍ତି। ଏ ନେଇ ପିସିସି ସଭାପତିଙ୍କୁ ପଠାଇଛନ୍ତି ଇସ୍ତଫା ପତ୍ର। ଦୀର୍ଘ ୨୫ ବର୍ଷ ଧରି କଂଗ୍ରେସ ଦଳରେ ଥିଲେ । ଆସନ୍ତାକାଲି ବିଜେଡିରେ ଯୋଗ ଦେବେ ବୋଲି ଅନୁମାନ କରାଯାଉଛି।

କଂଗ୍ରେସ ଛାଡ଼ିବା ପରେ ଅଧିରାଜ ବିଜେଡିରେ ଯୋଗଦେବେ ବୋଲି ସୂଚନା ମିଳିଛି । ଆଜି ସେ ବିଜେଡିରେ ଯୋଗଦେବାର ସମ୍ଭାବନା ରହିଛି । ଅଧିରାଜ ପାଣିଗ୍ରାହୀ ବର୍ତ୍ତମାନ ଖରିଆରର ବିଧାୟକ ଅଛନ୍ତି । ୨୦୧୯ ବିଧାନସଭା ନିର୍ବାଚନରେ ଲମ୍ବୋଧର ନିଆଳଙ୍କୁ ହରାଇ ବିଜୟୀ ହୋଇଥିଲେ ଅଧିରାଜ । ତେବେ ୨୦୨୪ ନିର୍ବାଚନର ଠିକ୍ ପୂର୍ବରୁ ଇସ୍ତଫା ଦେବା କଂଗ୍ରେସ ପାଇଁ ବଡ଼ ଝଟକା ହୋଇଛି ।

ଇସ୍ତଫା ପରେ ଭୁବନେଶ୍ୱରରେ ସାମ୍ବାଦିକ ସମ୍ମିଳନୀ କରି ଅଧିରାଜ କହିଛନ୍ତି, କଂଗ୍ରେସ ସହ ତାଙ୍କର କୌଣସି ବାଦବିବାଦ ନାହିଁ । ଲୋକଙ୍କ ମତକୁ ନେଇ ସେ ନିଷ୍ପତ୍ତି ନେଇଛନ୍ତି । ସେପଟେ ଅଧିରାଜଙ୍କ ଇସ୍ତଫା ପରେ ପ୍ରତିକ୍ରିୟା ଦେଇ ପିସିସି ସଭାପତି କହିଛନ୍ତି, ସୁବିଧାବାଦୀ ନେତା ଦଳ ଛାଡୁଛନ୍ତି । ଆମର ଅନେକ ଆଶାୟୀ ଅଛନ୍ତି । ଅଧିରାଜଙ୍କ ଇସ୍ତଫା ଦଳରେ କୌଣସି ପ୍ରଭାବ ପକାଇବ ନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ