Masthead

୮ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ) ବର୍ଷା ସହ ଘଡ଼ଘଡ଼ି । ୮ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା । ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ସେହିପରି ଟ୍ୱିନ୍ ସିଟିରେ ପ୍ରବଳ ବର୍ଷା ଜାରି ରହିଛି । ବିଜୁଳି ଘଡ଼ଘଡ଼ି ସହ ତୁହାକୁ ତୁହା ବର୍ଷା ଲାଗି ରହିଛି । କଟକ ଓ ଭୁବନେଶ୍ୱର ସହିତ ରାଜ୍ୟର ୭ଟି ଜିଲ୍ଲାରେ ପ୍ରବଳ ବର୍ଷା ଜାରି ରହିଛି । ବିଜୁଳି ଘଡ଼ଘଡି ସହ ବର୍ଷା ଲାଗି ରହିବା ଫଳରେ ଜନଜୀବନ ପ୍ରଭାବିତ ହୋଇଛି । ଖୋର୍ଦ୍ଧା, ନୟାଗଡ଼, ପୁରୀ, ଜଗତସିଂହପୁର, କଟକ, ଗଞ୍ଜାମ ଓ କନ୍ଧମାଳ ଜିଲ୍ଲାରେ ବର୍ଷା ହୋଇଛି ।

ପାଣିପାଗ ବିଭାଗ ପକ୍ଷରୁ ଆଜି ୯ଟି ଜିଲ୍ଲାକୁ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ଯାଜପୁର, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗିର, ସୁବର୍ଣ୍ଣପୁର ଓ ବୌଦ୍ଧ। ଗତକାଲି କାଳବୈଶାଖୀ ପ୍ରଭାବରେ ରାଜଧାନୀ ସମେତ ଓଡ଼ିଶାରେ ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇଥିଲା। କାଳବୈଶାଖୀ ତାଣ୍ଡବରେ ଝଡ଼ ତୋଫାନ ସହ କୁଆ ପଥର ମାଡ଼ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ