Masthead

ବନ୍ଧୁକ ସହ ୬ ଶିକାରୀ ଗିରଫ

ନୀଳଗିରି (ବଡ଼ ଖବର ବ୍ୟୁରୋ): ନୀଳଗିରି ଥାନା ଅଞ୍ଚଳରେ ଏକ ବନ୍ଧୁକ ତିଆରି କାରଖାନା ଠାବ କରାଯାଇଛି । ପୁଲିସ ଓ ବନବିଭାଗ ପକ୍ଷରୁ ମିଳିତ ଚଢ଼ାଉ କରାଯାଇ ଜଣେ ବନ୍ଧୁକ କାରିଗରକୁ ଗିରଫ କରାଯାଇଛି । ନୀଳଗିରି ଥାନା ଅଧୀନ ମଲ୍ଲୀବଣିଆ ଗାଁର ଜଗବନ୍ଧୁ ସିଂ ନାମକ ଜଣେ କାରିଗର ଦୀର୍ଘ ବର୍ଷ ହେବ ଦେଶୀ ବନ୍ଧୁକ ତିଆରି କରି ବିକ୍ରି କରୁଥିଲେ।

ଆଜି ନୀଳଗିରି ଆଇଆଇସି ଗୋପାଳ ଚନ୍ଦ୍ର କର୍ଣ୍ଣ, କୁଲଡିହା ରେଞ୍ଜ ଅଧିକାରୀ ପ୍ରବୀର ମୁର୍ମୁ, ଫରେଷ୍ଟର ଭାଗ୍ୟଶ୍ରୀ ଦ୍ୱିବେଦୀ ପ୍ରମୁଖ ସଦଳବଳେ ଚଢ଼ାଉ କରି ୪ଟି ଦେଶୀ ବନ୍ଧୁକ, ଲୁହା ବ୍ୟାରେଲ, ୨ଟି ପିସ୍ତଲ, ଡ୍ରିଲ ମେସିନ ସହ ବନ୍ଧୁକ ତିଆରି ସରଞ୍ଜାମ ଜବତ କରିଛନ୍ତି । ଏନେଇ ନୀଳଗିରି ଥାନାରେ ଆର୍ମ୍ସ ଆକ୍ଟ ଅନୁସାରେ ଅସ୍ତ୍ରଶସ୍ତ୍ର ଅଧିନିୟମରେ ଏକ ମାମଲା ମଧ୍ୟ ରୁଜୁ କରାଯାଇଛି । ସମ୍ପୃକ୍ତ ଅଭିଯୁକ୍ତକୁ ଗିରଫ କରାଯାଇ ଏ ସମ୍ପର୍କରେ ନୀଳଗିରି ପୁଲିସ ଅଧିକ ତଦନ୍ତ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା