ଗିରଫ ଭୟରେ ଦିଲ୍ଲୀ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ କେଜ୍ରିୱାଲ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ମନି ଲଣ୍ଡରିଂ ମାମଲା । ଯାହାକୁ ନେଇ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ବାରମ୍ବାର ସମନ କରାଯାଉଛି। ତେବେ ଗିରଫ ଭୟରେ ସେ ଦିଲ୍ଲୀ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ହାଇକୋର୍ଟରେ ଏକ ପିଟିସନ ଦାଖଲ କରି ସେ ତାଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ ନକରିବାକୁ କୋର୍ଟରୁ ଦାବି କରିଛନ୍ତି। ଅର୍ଥାତ ଇଡି ତାଙ୍କୁ ଗିରଫ ନ କରିବାକୁ ନିର୍ଦ୍ଦେଶ ଦେବାକୁ ସେ ଅନୁରୋଧ କରିଛନ୍ତି।

ଅନୁସନ୍ଧାନ ଏବଂ ପଚରାଉଚରାରେ ସହଯୋଗ କରିବାକୁ ପ୍ରସ୍ତୁତ ଅଛନ୍ତି, କିନ୍ତୁ ଇଡି କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରୁ ବୋଲି କେଜ୍‌ରିୱାଲଙ୍କ ଆବେଦନରେ କୁହାଯାଇଛି। ତେବେ ଗୁରୁବାର ଦିଲ୍ଲୀ ହାଇକୋର୍ଟରେ ବିଚାରପତି ସୁରେଶ କେଟଙ୍କ କୋର୍ଟରେ ଏ ସମ୍ପର୍କରେ ଶୁଣାଣି ହେବ। ଇଡି ଏପର୍ଯ୍ୟନ୍ତ ମନି ଲଣ୍ଡରିଂ ମାମଲାରେ ଅରବିନ୍ଦ କେଜ୍‌ରିୱାଲଙ୍କ ନିକଟକୁ ୯ ଥର ସମନ ପଠାଇସାରିଲାଣି। ମାର୍ଚ୍ଚ ୨୧ ରେ ତାଙ୍କୁ ୯ମ ସମନ ପଠଯାଇଛି। ଏହାପୂର୍ବରୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଦିଲ୍ଲୀ ହାଇକୋର୍ଟରେ ଇଡିର ସମନକୁ ଚ୍ୟାଲେଞ୍ଜ କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ