Masthead

ନବୀନ ନିବାସରେ ସଂସଦୀୟ କ୍ଷେତ୍ରର ସମୀକ୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ନବୀନ ନିବାସରେ ଚାଲିଛି ସଂସଦୀୟ କ୍ଷେତ୍ରର ସମୀକ୍ଷା। ତିନୋଟି ଲୋକସଭା କ୍ଷେତ୍ରର ସମୀକ୍ଷା କରୁଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ସକାଳ ସାଢେ ୧୦ଟାରୁ ବ୍ରହ୍ମପୁର ଓ ସାଢେ ୧୧ଟାରୁ ଆସିକା ଲୋକସଭା କ୍ଷେତ୍ରର ସମୀକ୍ଷା କରାଯାଉଛି। ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ବ୍ରହ୍ମପୁର ସାଂସଦଙ୍କ ସହ ଲୋକସଭା କ୍ଷେତ୍ରରେ ଆସୁଥିବା ସମସ୍ତ ବିଧାନସଭା ଆସନର ବିଧାୟକ, ନେତା ଓ ପର୍ଯ୍ୟବେକ୍ଷକ ଉପସ୍ଥିତ ଅଛନ୍ତି।

ବ୍ରହ୍ମପୁର ସଂସଦୀୟ କ୍ଷେତ୍ର ବିଜେଡି ପର୍ଯ୍ୟବେକ୍ଷକ ମାନସ ମଙ୍ଗରାଜ, ଗଞ୍ଜାମ ଜିଲ୍ଲା ବିଜେଡି ପର୍ଯ୍ୟବେକ୍ଷକ ପ୍ରଦୀପ ଅମାତ, ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁ, ସାଂସଦ ସସ୍ମିତ ପାତ୍ର, ଛତ୍ରପୁର ବିଧାୟକ ସୁବାସ ବେହେରା, ବ୍ରହ୍ମପୁର ବିଧାୟକ ବିକ୍ରମ ପଣ୍ଡା, ଚିକିଟି ବିଧାୟିକା ଉଷା ଦେବୀ, ଆସ୍କା ବିଧାୟିକା ମଞ୍ଜୁଳା ସ୍ୱାଇଁ, ଖଲିକୋଟ ବିଧାୟିକା ସୂର୍ଯ୍ୟମଣୀ ବୈଦ୍ୟ, ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ, କବିସୂର୍ଯ୍ୟନଗର ବିଧାୟିକା ଲତିକା, ସୋରଡ଼ା ବିଧାୟକ ପୂର୍ଣ୍ଣ ସ୍ୱାଇଁ, ବିଜେଡି ଗଞ୍ଜାମ ଜିଲ୍ଲା ସଭାପତି ରମେଶ ଚ୍ୟାଉପଟ୍ଟନାୟକ, ବିଜେଡି ନେତା ସୁବାସ ମହାରଣା, ବିପ୍ଳବ ପାତ୍ର, ନାରାୟଣ ଜେନା ପ୍ରମୁଖ ବୈଠକରେ ଯୋଗଦେଇଛନ୍ତି। ସବୁ ନେତାଙ୍କ ସହ ୱାନ ଟୁ ୱାନ କରୁଛନ୍ତି ମୁଖ୍ୟମନ୍ତ୍ରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା