Masthead

ଆରପାରିରେ ବରିଷ୍ଠ ବିଜେଡି ନେତା ଦାମୋଦର ରାଉତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଆରପାରିରେ ବରିଷ୍ଠ ବିଜେଡି ନେତା ଦାମୋଦର ରାଉତ । ୮୩ ବର୍ଷ ବୟସରେ ବରିଷ୍ଠ ବିଜେଡି ନେତା ଦାମୋଦର ରାଉତଙ୍କ ଦେହାନ୍ତ । ଭୁବନେଶ୍ବରର ଏକ ଘରୋଇ ମେଡିକାଲରେ ପରଲୋକ । ଚିକିତ୍ସାଧୀନ ଅବସ୍ଥାରେ ସକାଳ ୫ଟା ୨୩ରେ ଦେହାନ୍ତ ସୂଚନା । ଏନେଇ ସୂଚନା ଦେଇଛନ୍ତି ତାଙ୍କ ପୁଅ ସମ୍ବିତ ରାଉତ । ଓଡ଼ିଶା ରାଜନୀତିରେ ଦାମୋଦର ରାଉତ ଜଣେ ଦକ୍ଷ ଓ ବିଚକ୍ଷଣ ରାଜନେତା ଭାବେ ପରିଚିତ । ପ୍ରଥମେ ଜନତା ଦଳ ଓ ପରେ ବିଜେଡିରୁ ବିଧାୟକ ଭାବେ ନିର୍ବାଚିତ ହେବା ସହ ବିଜେଡି ସରକାରରେ ମନ୍ତ୍ରୀ ଭାବେ ଦୀର୍ଘ ଦିନ ଧରି ମନ୍ତ୍ରୀ ଭାବେ କାର୍ଯ୍ୟଭାର ସମ୍ଭାଳିଥିଲେ ।

ସେ ଓଡ଼ିଶା ବିଧାନସଭାରେ ବିଧାୟକ ଭାବେ ୭ଥର କାର୍ଯ୍ୟ କରିବାର ସୁଯୋଗ ପାଇଛନ୍ତି । ୧୯୭୯ରୁ ୨୦୧୭ ଯାଏଁ ସେ ବିଭିନ୍ନ ସମୟରେ ମନ୍ତ୍ରୀମଣ୍ଡଳରେ ଜଣେ ମନ୍ତ୍ରୀ ଭାବେ କାର୍ଯ୍ୟ ତୁଲାଇଛନ୍ତି । ବିଜୁ ପଟ୍ଟନାୟକଙ୍କ ଦ୍ୱାରା ପ୍ରଭାବିତ ହୋଇ ଦାମୋଦର ରାଉତ ରାଜନୀତିରେ ପାଦ ଥାପିଥିଲେ । ବିଜୁ ବାବୁଙ୍କର ଅନୁଗତ ଭାବେ ସେ ଶେଷ ଯାଏଁ ଦାୟିତ୍ୱ ନେଇଥିଲେ । ଶେଷ ଥର ୨୦୧୯ରେ ବାଲିକୁଦା ଏରସମା ଆସନରୁ ନିର୍ବାଚନ ଲଢି ପରାଜିତ ହୋଇଥିଲେ ବି ଶେଷ ଯାଏଁ ରାଜନୀତିରେ ତାଙ୍କର ବିଶେଷ ପ୍ରଭୁତ୍ୱ ଥିଲା । ଦାମୋଦର ରାଉତଙ୍କ ଦେହାନ୍ତରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦାମୋଦର ରାଉତଙ୍କ ଦେହାନ୍ତ ଖବର ଶୁଣି ଦୁଃଖିତ। ଓଡ଼ିଶା ରାଜନୀତିରେ ଏହା ଏକ ଅପୁରଣୀୟ କ୍ଷତି। ଲୋକଙ୍କ ସେବା ତଥା ଉନ୍ନତି ପାଇଁ ତାଙ୍କ କାର୍ଯ୍ୟ ସର୍ବଦା ସ୍ମରଣୀୟ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ