Masthead

ଆରପାରିରେ ବରିଷ୍ଠ ବିଜେଡି ନେତା ଦାମୋଦର ରାଉତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଆରପାରିରେ ବରିଷ୍ଠ ବିଜେଡି ନେତା ଦାମୋଦର ରାଉତ । ୮୩ ବର୍ଷ ବୟସରେ ବରିଷ୍ଠ ବିଜେଡି ନେତା ଦାମୋଦର ରାଉତଙ୍କ ଦେହାନ୍ତ । ଭୁବନେଶ୍ବରର ଏକ ଘରୋଇ ମେଡିକାଲରେ ପରଲୋକ । ଚିକିତ୍ସାଧୀନ ଅବସ୍ଥାରେ ସକାଳ ୫ଟା ୨୩ରେ ଦେହାନ୍ତ ସୂଚନା । ଏନେଇ ସୂଚନା ଦେଇଛନ୍ତି ତାଙ୍କ ପୁଅ ସମ୍ବିତ ରାଉତ । ଓଡ଼ିଶା ରାଜନୀତିରେ ଦାମୋଦର ରାଉତ ଜଣେ ଦକ୍ଷ ଓ ବିଚକ୍ଷଣ ରାଜନେତା ଭାବେ ପରିଚିତ । ପ୍ରଥମେ ଜନତା ଦଳ ଓ ପରେ ବିଜେଡିରୁ ବିଧାୟକ ଭାବେ ନିର୍ବାଚିତ ହେବା ସହ ବିଜେଡି ସରକାରରେ ମନ୍ତ୍ରୀ ଭାବେ ଦୀର୍ଘ ଦିନ ଧରି ମନ୍ତ୍ରୀ ଭାବେ କାର୍ଯ୍ୟଭାର ସମ୍ଭାଳିଥିଲେ ।

ସେ ଓଡ଼ିଶା ବିଧାନସଭାରେ ବିଧାୟକ ଭାବେ ୭ଥର କାର୍ଯ୍ୟ କରିବାର ସୁଯୋଗ ପାଇଛନ୍ତି । ୧୯୭୯ରୁ ୨୦୧୭ ଯାଏଁ ସେ ବିଭିନ୍ନ ସମୟରେ ମନ୍ତ୍ରୀମଣ୍ଡଳରେ ଜଣେ ମନ୍ତ୍ରୀ ଭାବେ କାର୍ଯ୍ୟ ତୁଲାଇଛନ୍ତି । ବିଜୁ ପଟ୍ଟନାୟକଙ୍କ ଦ୍ୱାରା ପ୍ରଭାବିତ ହୋଇ ଦାମୋଦର ରାଉତ ରାଜନୀତିରେ ପାଦ ଥାପିଥିଲେ । ବିଜୁ ବାବୁଙ୍କର ଅନୁଗତ ଭାବେ ସେ ଶେଷ ଯାଏଁ ଦାୟିତ୍ୱ ନେଇଥିଲେ । ଶେଷ ଥର ୨୦୧୯ରେ ବାଲିକୁଦା ଏରସମା ଆସନରୁ ନିର୍ବାଚନ ଲଢି ପରାଜିତ ହୋଇଥିଲେ ବି ଶେଷ ଯାଏଁ ରାଜନୀତିରେ ତାଙ୍କର ବିଶେଷ ପ୍ରଭୁତ୍ୱ ଥିଲା । ଦାମୋଦର ରାଉତଙ୍କ ଦେହାନ୍ତରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦାମୋଦର ରାଉତଙ୍କ ଦେହାନ୍ତ ଖବର ଶୁଣି ଦୁଃଖିତ। ଓଡ଼ିଶା ରାଜନୀତିରେ ଏହା ଏକ ଅପୁରଣୀୟ କ୍ଷତି। ଲୋକଙ୍କ ସେବା ତଥା ଉନ୍ନତି ପାଇଁ ତାଙ୍କ କାର୍ଯ୍ୟ ସର୍ବଦା ସ୍ମରଣୀୟ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ