Masthead

ଆଜିଠୁ ଆରମ୍ଭ ଆଇପିଏଲ, ଉଦଘାଟନୀ ମ୍ୟାଚରେ ମୁହାଁମୁହିଁ ହେବେ ଚେନ୍ନାଇ-ବେଙ୍ଗାଲୁରୁ

ଚେନ୍ନାଇ(ବଡ଼ ଖବର ବ୍ୟୁରୋ): ଆଜିଠୁ ଆରମ୍ଭ ହେବ ଚଳିତ ବର୍ଷର ଆଇପିଏଲ । ଚେନ୍ନାଇର ଏମଏ ଚିଦାମ୍ବରମ ଷ୍ଟାଡିୟମରେ ଆଇପିଏଲର ୧୭ତମ ସଂସ୍କରଣର ଉଦଘାଟନୀ ମ୍ୟାଚ୍ ଖେଳାଯିବ। ରାତି ୮ଟାରେ କ୍ରିକେଟର ରୋମାଞ୍ଚ ଦେଖିବାକୁ ମିଳିବ । ପ୍ରଥମ ମ୍ୟାଚରେ ଡିଫେଣ୍ଡିଂ ଚାମ୍ପିଅନ୍ ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମୁହାଁମୁହିଁ ହେବେ । ଏଥର ପ୍ରଥମଥର ପାଇଁ ଋତୁରାଜ ଗାଏକୱାର୍ଡଙ୍କ ଅଧିନାୟକତ୍ୱରେ ପଡ଼ିଆକୁ ଓହ୍ଲାଇବ ଚେନ୍ନାଇ ସୁପର କିଙ୍ଗସ। ଗତକାଲି ଅଚାନକ୍ ଅଧିନାୟକ ପଦରୁ ଓହରିଥିଲେ କ୍ୟାପ୍ଟେନ କୁଲ୍ ମହେନ୍ଦ୍ର ସିଂହ ଧୋନି।

ଆଜି ରାତି ୮ଟାରେ ମ୍ୟାଚ୍ ଆରମ୍ଭ ହେବ। ଏହାର ୨ ଘଣ୍ଟା ପୂର୍ବରୁ ଅର୍ଥାତ୍ ସନ୍ଧ୍ୟା ୬ଟାରେ ଆରମ୍ଭ ହେବ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ। ଉଦଘାଟନୀ ମ୍ୟାଚରେ ମୁଖ୍ୟ ଆକର୍ଷଣ ସାଜିବେ ବଲିଉଡ ଖିଲାଡି ଅକ୍ଷୟ କୁମାର। ଟାଇଗର ସର୍ଫ, ଏଆର ରେହମାନ ଓ ସୋନୁ ନିଗମ୍ ମଧ୍ୟ ସାମିଲ ହେବେ। ଏହି ଷ୍ଟାଡିୟମର ପିଚ୍ ସ୍ପିନରଙ୍କୁ ସୁହାଇବ ବୋଲି କୁହାଯାଉଛି । ଏହା ସହିତ ସ୍ଲୋ ବୋଲରଙ୍କ ପାଇଁ ଏହି ପିଚ୍ ଉପଯୋଗୀ ହୋଇଥାଏ । ପିଚରେ ବଲ୍ ଅଧିକ ଟର୍ଣ୍ଣ କରିଥାଏ । ଫଳରେ ବ୍ୟାଟ୍ସମ୍ୟାନଙ୍କ ପାଇଁ ପିଚରେ ବଡ଼ ସଟ୍ ମାରିବା ସହଜ ହେବ ନାହିଁ ବୋଲି କୁହାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼