Masthead

ଆଜିଠୁ ଆରମ୍ଭ ଆଇପିଏଲ, ଉଦଘାଟନୀ ମ୍ୟାଚରେ ମୁହାଁମୁହିଁ ହେବେ ଚେନ୍ନାଇ-ବେଙ୍ଗାଲୁରୁ

ଚେନ୍ନାଇ(ବଡ଼ ଖବର ବ୍ୟୁରୋ): ଆଜିଠୁ ଆରମ୍ଭ ହେବ ଚଳିତ ବର୍ଷର ଆଇପିଏଲ । ଚେନ୍ନାଇର ଏମଏ ଚିଦାମ୍ବରମ ଷ୍ଟାଡିୟମରେ ଆଇପିଏଲର ୧୭ତମ ସଂସ୍କରଣର ଉଦଘାଟନୀ ମ୍ୟାଚ୍ ଖେଳାଯିବ। ରାତି ୮ଟାରେ କ୍ରିକେଟର ରୋମାଞ୍ଚ ଦେଖିବାକୁ ମିଳିବ । ପ୍ରଥମ ମ୍ୟାଚରେ ଡିଫେଣ୍ଡିଂ ଚାମ୍ପିଅନ୍ ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମୁହାଁମୁହିଁ ହେବେ । ଏଥର ପ୍ରଥମଥର ପାଇଁ ଋତୁରାଜ ଗାଏକୱାର୍ଡଙ୍କ ଅଧିନାୟକତ୍ୱରେ ପଡ଼ିଆକୁ ଓହ୍ଲାଇବ ଚେନ୍ନାଇ ସୁପର କିଙ୍ଗସ। ଗତକାଲି ଅଚାନକ୍ ଅଧିନାୟକ ପଦରୁ ଓହରିଥିଲେ କ୍ୟାପ୍ଟେନ କୁଲ୍ ମହେନ୍ଦ୍ର ସିଂହ ଧୋନି।

ଆଜି ରାତି ୮ଟାରେ ମ୍ୟାଚ୍ ଆରମ୍ଭ ହେବ। ଏହାର ୨ ଘଣ୍ଟା ପୂର୍ବରୁ ଅର୍ଥାତ୍ ସନ୍ଧ୍ୟା ୬ଟାରେ ଆରମ୍ଭ ହେବ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ। ଉଦଘାଟନୀ ମ୍ୟାଚରେ ମୁଖ୍ୟ ଆକର୍ଷଣ ସାଜିବେ ବଲିଉଡ ଖିଲାଡି ଅକ୍ଷୟ କୁମାର। ଟାଇଗର ସର୍ଫ, ଏଆର ରେହମାନ ଓ ସୋନୁ ନିଗମ୍ ମଧ୍ୟ ସାମିଲ ହେବେ। ଏହି ଷ୍ଟାଡିୟମର ପିଚ୍ ସ୍ପିନରଙ୍କୁ ସୁହାଇବ ବୋଲି କୁହାଯାଉଛି । ଏହା ସହିତ ସ୍ଲୋ ବୋଲରଙ୍କ ପାଇଁ ଏହି ପିଚ୍ ଉପଯୋଗୀ ହୋଇଥାଏ । ପିଚରେ ବଲ୍ ଅଧିକ ଟର୍ଣ୍ଣ କରିଥାଏ । ଫଳରେ ବ୍ୟାଟ୍ସମ୍ୟାନଙ୍କ ପାଇଁ ପିଚରେ ବଡ଼ ସଟ୍ ମାରିବା ସହଜ ହେବ ନାହିଁ ବୋଲି କୁହାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଏଫଏମ୍ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ପାଇଁ ଦାୟୀ କଲେଜ କର୍ତ୍ତୃପକ୍ଷ’ 🔴 ‘ଘଟଣାକୁ ଗୁରୁତ୍ୱର ସହ ନିଆଯାଇଛି’ 🔴 ନାଳ ସାଜୁଛି କାଳ 🔴 ହଷ୍ଟେଲ ଖାଦ୍ୟ ଖାଇ ୪୭ ଛାତ୍ର ଅସୁସ୍ଥ 🔴 ଆଜିଠୁ ତିନି ଦିନ ପ୍ରବଳ ବର୍ଷା ସମ୍ଭାବନା 🔴 ନିର୍ବାଚନ ଲଢ଼ିବେନି ଜୁଏଲ ଓରାମ 🔴 ରାଜ୍ୟରେ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ 🔴 ବିମାନ ଦୁର୍ଘଟଣା, ଆସିଲା ତଦନ୍ତ ରିପୋର୍ଟ 🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼ 🔴 ‘ଏଫଏମ୍ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ପାଇଁ ଦାୟୀ କଲେଜ କର୍ତ୍ତୃପକ୍ଷ’ 🔴 ‘ଘଟଣାକୁ ଗୁରୁତ୍ୱର ସହ ନିଆଯାଇଛି’ 🔴 ନାଳ ସାଜୁଛି କାଳ 🔴 ହଷ୍ଟେଲ ଖାଦ୍ୟ ଖାଇ ୪୭ ଛାତ୍ର ଅସୁସ୍ଥ 🔴 ଆଜିଠୁ ତିନି ଦିନ ପ୍ରବଳ ବର୍ଷା ସମ୍ଭାବନା 🔴 ନିର୍ବାଚନ ଲଢ଼ିବେନି ଜୁଏଲ ଓରାମ 🔴 ରାଜ୍ୟରେ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ 🔴 ବିମାନ ଦୁର୍ଘଟଣା, ଆସିଲା ତଦନ୍ତ ରିପୋର୍ଟ 🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼