Masthead

ସୁପ୍ରିମକୋର୍ଟରୁ ମାମଲା ପ୍ରତ୍ୟାହାର କଲେ କେଜ୍ରିୱାଲ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଇଡି ଗିରଫ ସମ୍ପର୍କରେ ସୁପ୍ରିମକୋର୍ଟରେ ଦାଖଲ ହୋଇଥିବା ଆବେଦନକୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ପ୍ରତ୍ୟାହାର କରି ନେଇଛନ୍ତି। କୋର୍ଟ ଏହା ପୂର୍ବରୁ ଶୁଣାଣି କରିବାକୁ ରାଜି ହୋଇଥିଲେ। ଏଥିପାଇଁ ମୁଖ୍ୟ ବିଚାରପତି ଡି. ଓ୍ବାଇ ଚନ୍ଦ୍ରଚୁଡ ଏହି ମାମଲାର ଶୁଣାଣି ପାଇଁ ଜଷ୍ଟିସ ସଞ୍ଜୀବ ଖାନ୍ନାଙ୍କ ଅଧ୍ୟକ୍ଷତା ବାଲା ବେଞ୍ଚକୁ ମାମଲା ହସ୍ତାନ୍ତର କରିଥିଲେ। ଆଜି ଏ ମାମଲାର ଶୁଣାଣି ୨ଟା ୩୦ରେ ସୁପ୍ରିମକୋର୍ଟର ସ୍ପେଶାଲ ବେଞ୍ଚରେ ହେବାକୁ ଥିବାବେଳେ କେଜ୍ରିୱାଲ ସୁପ୍ରିମକୋର୍ଟରୁ ଆବେଦନ ପ୍ରତ୍ୟାହାର କରିନେଇଛନ୍ତି ।

ମଦ ଦୁର୍ନୀତି ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କୁ ଇଡି ଦ୍ୱାରା ଗିରଫଦାରୀକୁ ନେଇ ଅଭିଷେକ ମନୁ ସିଂଘଭି ସିଜେଆଇଙ୍କ ଘରକୁ ଯାଇ ଏହି ମାମଲାର ଶୁଣାଣି ପାଇଁ ନିବେଦନ କରିଥିଲେ। ସୂଚନାଯୋଗ୍ୟ, ଗୁରୁବାର ରାତିରେ କେଜରିଓ୍ବାଲଙ୍କ ଗିରଫଦାରୀ ସମୟରେ ତାଙ୍କ ଲିଗାଲ ଟିମ ସୁପ୍ରିମକୋର୍ଟ ପହଞ୍ଚିଥିଲେ ଓ ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ଗିରଫକୁ ନେଇ ତୁରନ୍ତ ଶୁଣାଣି କରିବାକୁ ଅପିଲ କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି