Masthead

ରୁଷରେ ଆତଙ୍କୀ ହମଲା, ୬୦ ମୃତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ରୁଷ ରାଜଧାନୀ ମସ୍କୋରେ ଆତଙ୍କୀ ହମଲା । ମସ୍କୋର ଏକ କନସର୍ଟ ହଲରେ ଆଖିବୁଜା ଗୁଳିମାଡ଼ଳ ଗୁଳିମାଡ଼ରେ ୬୦ ମୃତ, ୧୪୫ରୁ ଅଧିକ ଗୁରୁତର । ଏକ ସପିଂ ମଲରେ ଆତଙ୍କବାଦୀ ଆକ୍ରମଣ ହୋଇଛି । ୟୁନିଫର୍ମ ପିନ୍ଧିଥିବା ଆକ୍ରମଣକାରୀମାନେ ଆଖିବୁଜା ଗୁଳି ଚଳାଇଥିଲେ । ୫ ଜଣ ଅଜଣା ଆତତାୟୀ ଆସି ଏଭଳି କାଣ୍ଡ ଘଟାଇଥିବା ଜଣାପଡିଛି । ଆହତମାନଙ୍କୁ ସଙ୍ଗେ ସଙ୍ଗେ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା ।

ମିଳିଥିବା ସୂଚନା ଅନୁଯାୟୀ ଆକ୍ରମଣକାରୀମାନେ କ୍ରୋକସ୍ ସିଟି ହଲ୍ ଉପରକୁ ଗ୍ରେନେଡ୍ ଫିଙ୍ଗିଥିଲେ, ଯାହା ଫଳରେ ମଲ୍ ରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା । ମଲ୍ ରେ ଏବେ ବି ଶହ ଶହ ଲୋକ ଫସି ରହିଥିବା ଆଶଙ୍କା କରାଯାଉଛି । ଉଦ୍ଧାର କାର୍ଯ୍ୟ ଜାରି ରହିଛି । ତେବେ ଆତତାୟୀଙ୍କ ସମ୍ପର୍କରେ ଏଯାଏଁ କୌଣସି ସୂଚନା ମିଳିପାରିନାହିଁ । ଏହା ଆତଙ୍କବାଦୀଙ୍କ କାର୍ୟ୍ୟ ବୋଲି ଅନୁମାନ କରାଯାଉଥିବା ବେଳେ ଆତଙ୍କବାଦୀ ସଂଗଠନ ଆଇଏସ୍ ଏହି ଗୁଳିକାଣ୍ଡ ପାଇଁ ନିଜକୁ ଦାୟୀ କରିଛି ।

ସେପଟେ ଏହି ଘଟଣା ପରେ ମସ୍କୋ ବିମାନ ବନ୍ଦରରେ କଡା ସୁରକ୍ଷା ବ୍ୟବସ୍ଥା କରାଯାଇଛି । ତେବେ କେଉଁ କାରଣ ପାଇଁ ଆତଙ୍କବାଦୀ ସଙ୍ଗଠନ ଏପରି କାର୍ଯ୍ୟ କରିଛି ତାହା ବର୍ତ୍ତମାନ ପର୍ଯ୍ୟନ୍ତ ଅସ୍ପଷ୍ଟ । ଏହି ଆକ୍ରମଣକୁ ନେଇ ପୂରା ଋଷବାସୀ ଭୟଭୀତ ଅବସ୍ଥାରେ ଅଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା