Masthead

ବିଜୟରୁ ଆଇପିଏଲ୍‌ ଅଭିଯାନ ଆରମ୍ଭ କଲା ଚେନ୍ନାଇ

ଚେନ୍ନାଇ (ବଡ଼ ଖବର ବ୍ୟୁରୋ): ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ୍‌ ଷ୍ଟାଡିୟମରେ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ୧୭ଶ ସଂସ୍କରଣ ଆରମ୍ଭ ହୋଇଛି। ଚେନ୍ନାଇର ଏମ୍‌ଏ ଚିଦାମ୍ବରମ୍‌ ଷ୍ଟାଡିୟମ୍‌ରେ ଶୁକ୍ରବାର ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁକୁ ୬ ୱିକେଟ୍‌ରେ ପରାସ୍ତ କରିଛି। ଚେନ୍ନାଇ ଟିମ୍‌ ୧୭୪ ରନ୍‌ର ବିଜୟ ଲକ୍ଷ୍ୟକୁ ୧୮.୪ ଓଭରରେ ହାସଲ କରିଛି। ଦଳର ଖେଳାଳିମାନେ ୧୭୬ ରନ୍‌ କରିଛନ୍ତି। ଆରସିବି ୨୦ ଓଭରରେ ୬ ଉଇକେଟ ହରାଇ ୧୭୩ ରନ୍‌ କରିଥିଲା। ଚେନ୍ନାଇ ୧୮.୪ ଓଭରରେ ୪ ଉଇକେଟ ହରାଇ ୧୭୬ ରନ ସଂଗ୍ରହ କରି ନେଇଥିଲା।

ଦଳ ପକ୍ଷରୁ କୌଣସି ଖେଳାଳି ଅର୍ଦ୍ଧଶତକ ହାସଲ କରି ନ ଥିଲେ ମଧ୍ୟ ରାଚିନ ରବୀନ୍ଦ୍ର ୩୭, ଶିବମ ଦୁବେ ୩୪ଞ୍ଚ, ଅଜିଙ୍କ୍ୟ ରାହାନେ ୨୭, ରବୀନ୍ଦ୍ର ଜାଡେଜା ୨୫ଞ୍ଚ ଓ ଡାରିଲ ମିଚେଲଙ୍କ ୨୨ ରନର ଅବଦାନ ବଳରେ ୮ଟି ବଲ୍‌ ବାକିଥାଇ ବିଜୟ ଲକ୍ଷ୍ୟରେ ପହଞ୍ଚି ଯାଇଥିଲା। ୧୧୦ ରନରେ ଚେନ୍ନାଇ ୪ର୍ଥ ଉଇକେଟ ହରାଇଥିଲା। ଦୁବେ ଓ ଜାଡେଜା ଅସମାପ୍ତ ୫ମ ଉଇକେଟରେ ୩୭ ବଲ୍‌ରୁ ୬୬ ରନ ଯୋଗକରି ଦଳକୁ ବିଜୟୀ କରିଥିଲେ। ଆରସିବି ବୋଲରଙ୍କ ମଧ୍ୟରେ କାମେରନ ଗ୍ରୀନ୍‌ ୨ଟି ଏବଂ ୟଶ ଦୟାଲ ଓ କର୍ନ ଶର୍ମା ଗୋଟିଏ ଲେଖାଏ ଉଇକେଟ ନେଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନିର୍ବାଚନ ଲଢ଼ିବେନି ଜୁଏଲ ଓରାମ 🔴 ରାଜ୍ୟରେ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ 🔴 ବିମାନ ଦୁର୍ଘଟଣା, ଆସିଲା ତଦନ୍ତ ରିପୋର୍ଟ 🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼ 🔴 ସରପଞ୍ଚଙ୍କ ସ୍ବାମୀଙ୍କୁ ନିର୍ମମ ହତ୍ୟା 🔴 ଆନ୍ଦୋଳନ ବେଳେ ଡ୍ରାଇଭର ଓ ଯାତ୍ରୀ ମୁହାଁମୁହିଁ 🔴 ବିଜେପିକୁ ଘେରିବାକୁ ଗୁରୁମନ୍ତ୍ର ଦେବେ ରାହୁଲ 🔴 ଡ୍ରାଇଭର ଆନ୍ଦୋଳନ, ରାତି ସୁଦ୍ଧା ସମାଧାନ 🔴 ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ 🔴 ନିର୍ବାଚନ ଲଢ଼ିବେନି ଜୁଏଲ ଓରାମ 🔴 ରାଜ୍ୟରେ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ 🔴 ବିମାନ ଦୁର୍ଘଟଣା, ଆସିଲା ତଦନ୍ତ ରିପୋର୍ଟ 🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼ 🔴 ସରପଞ୍ଚଙ୍କ ସ୍ବାମୀଙ୍କୁ ନିର୍ମମ ହତ୍ୟା 🔴 ଆନ୍ଦୋଳନ ବେଳେ ଡ୍ରାଇଭର ଓ ଯାତ୍ରୀ ମୁହାଁମୁହିଁ 🔴 ବିଜେପିକୁ ଘେରିବାକୁ ଗୁରୁମନ୍ତ୍ର ଦେବେ ରାହୁଲ 🔴 ଡ୍ରାଇଭର ଆନ୍ଦୋଳନ, ରାତି ସୁଦ୍ଧା ସମାଧାନ 🔴 ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ