Masthead

ଆଜିଠୁ ନିର୍ବାଚନୀ ମଇଦାନ ହେବ ସରଗରମ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେଡି ଓ ବିଜେପି ମେଂଟ ଚର୍ଚ୍ଚାରେ ପଡିଲା ବିରାମ । ନିର୍ବାଚନୀ ମଇଦାନ ହେବ ସରଗରମ । ସବୁ ଆସନରୁ ଲଢିବାକୁ ବିଜେପି ଓ ବିଜେଡିର ଦାବି । ନୂଆ ରଣନୀତି ନେଇ ଆଗକୁ ବଢୁଛି ବିଜେପି । ମେଣ୍ଟ ଆଶଙ୍କା ଭିତରେ ଅନେକ ନେତା ଟିକେଟ ପାଇବା ନେଇ ଆଶଙ୍କା ରହିଥିଲା । ଏବେ କିନ୍ତୁ ପଥ ପରିଷ୍କାର ହୋଇଗଲା । ଆଜିଠୁ ଆରମ୍ଭ ହୋଇଯିବ ଜୋରଦାର ପ୍ରଚାର । ଶୁକ୍ରବାର ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଏନେଇ ସ୍ପଷ୍ଟ କଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ।

ସୋସିଆଲ ମିଡିଆରେ ଦେଇଛନ୍ତି ସୂଚନା । ସମସ୍ତ ଲୋକସଭା ଓ ରାଜ୍ୟସଭା ଆସନରେ ଏକା ଲଢ଼ିବୁ ବୋଲି ସୂଚନା ଦେଇଛନ୍ତି । ଗତ ୧୦ ବର୍ଷ ଧରି ନବୀନ ପଟ୍ଟନାୟକଙ୍କ ନେତୃତ୍ବରେ ଓଡ଼ିଶାର ବିଜେଡି ଦଳ ପ୍ରଧାନମନ୍ତ୍ରୀ ମୋଦି ସରକାରଙ୍କୁ ରାଷ୍ଟ୍ରୀୟ ମହତ୍ତ୍ବ ଥିବା ଅନେକ ପ୍ରସଙ୍ଗରେ ସମର୍ଥନ କରିଆସୁଛି । ଏଥିପାଇଁ ଆମେ ତାଙ୍କୁ ଧନ୍ୟବାଦ ଜଣାଉଛୁ । ସମଗ୍ର ଦେଶରେ ଯେଉଁସବୁ ରାଜ୍ୟରେ ଡବଲ ଇଞ୍ଜିନ ସରକାର ରହିଛି ସେଠାରେ ବିକାଶ ଓ ଗରିବ କଲ୍ୟାଣର କାର୍ଯ୍ୟସବୁ ତ୍ବରାନ୍ବିତ ହୋଇଛି ଏବଂ ସବୁ କ୍ଷେତ୍ରରେ ସଂପୃକ୍ତ ରାଜ୍ୟମାନେ ମଧ୍ୟ ଅଗ୍ରଗତି ହାସଲ କରୁଛନ୍ତି ବୋଲି ଆମେ ଅନୁଭବ କରୁଅଛୁ ।

ଏପରିକି ନିର୍ବାଚନରେ ବିଜେଡି ତିନି ଚତୁର୍ଥାଂଶରୁ ଅଧିକ ଆସନରେ ଜିତିବୁ ବୋଲି ଦମ୍ଭୋକ୍ତି ପ୍ରକାଶ କରିଛନ୍ତି । ଅନ୍ୟପଟେ ବିଜେପି ମଧ୍ୟ ଦାବି କରିଛି, ରାଜ୍ୟରେ ସରକାର ଗଢିବେ । ଏବେ କେବଳ ଅପେକ୍ଷା ରହିଲା ବିଜେଡି ଓ ବିଜେପି ସମେତ କଂଗ୍ରେସର ପ୍ରାର୍ଥୀ ତାଲିକା ଘୋଷଣା ହେବାକୁ ।ନିକଟରେ କଂଗ୍ରେସ କହିଥିଲା, ଦଳ ପ୍ରାର୍ଥୀ ତାଲିକା ପ୍ରସ୍ତୁତ କରି ରଖିଛି । ବିଜେପି ଓ ବିଜେଡିର ମେଣ୍ଟକୁ ନେଇ ସସପେନ୍ସ ରହିଥିବାରୁ କଂଗ୍ରେସ ମଧ୍ୟ ଜଗି ରହି ମୈଦାନକୁ ଓହ୍ଲାଇବା ଠିକ୍ ହେବ ବୋଲି ବିଚାର କରିଥିଲା । ଏବେ କିନ୍ତୁ ମେଣ୍ଟ ଚର୍ଚ୍ଚାରେ ପୂର୍ଣ୍ଣଛେଦ ପଡିଥିବାରୁ ତିନି ଦଳ ଖୁବଶୀଘ୍ର ପ୍ରାର୍ଥୀ ଘୋଷଣା କରିପାରନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ