Masthead

କେଜ୍ରିୱାଲଙ୍କୁ ହାଇକୋର୍ଟରୁ ଝଟକା, ତତ୍କାଳ ଶୁଣାଣି ପାଇଁ ମନା କଲେ ହାଇକୋର୍ଟ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଅବକାରୀ ନୀତି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦ୍ୱାରା ଗିରଫ ହୋଇଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ହାଇକୋର୍ଟ ଦ୍ୱାରସ୍ଥ ହୋଇଛନ୍ତି। ଇଡି ଗିରଫଦାରୀ ମାମଲାରେ ତକ୍ରାଳ ଶୁଣାଣି କରିବାକୁ ମନା କରିଦେଇଛନ୍ତି ଦିଲ୍ଲୀ ଉଚ୍ଚ ନ୍ୟାୟାଳୟ । ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ମନମୋହନଙ୍କ କୋର୍ଟରେ କେଜ୍ରିୱାଲଙ୍କ ଆବେଦନ ଉପରେ ତତ୍କାଳ ଶୁଣାଣି କରାଯାଇପାରିବ ନାହିଁ ବୋଲି କୁହାଯାଇଛି । ଗିରଫଦାରୀ ଏବଂ ରିମାଣ୍ଡକୁ ବେଆଇନ କହିବା ସହ ତୁରନ୍ତ ହାଜତରୁ ମୁକ୍ତ ହେବାର ଅଧିକାର ଥିବା ଦର୍ଶାଇ ହାଇକୋର୍ଟରେ ଆବେଦନ କରିଥିଲେ କେଜ୍ରିୱାଲ ।

ମାମଲାରେ ଶନିବାର ସନ୍ଧ୍ୟା କିମ୍ବା ରବିବାର ସକାଳେ ଶୁଣାଣି କରିବାକୁ ଆବେଦନ ହୋଇଥିଲା । କିନ୍ତୁ ହାଇକୋର୍ଟ ତତକାଳ ଶୁଣାଣି ପାଇଁ ମନା କରିବା ପରେ ଏବେ ମାର୍ଚ୍ଚ ୨୭ ତାରିଖ ପରେ ହିଁ ଏହି ମାମଲାର ଶୁଣାଣି କରାଯିବ । ଅବକାରୀ ଦୁର୍ନୀତି ମାମଲାରେ ଇଡି ପକ୍ଷରୁ ୧୦ ଦିନ ରିମାଣ୍ଡ ଆବେଦନ କରାଯାଇିଲେ ବି ୬ ଦିନ ରିମାଣ୍ଡରେ ନେବାକୁ ଅନୁମତି ଦେଇଛନ୍ତି ଦିଲ୍ଲୀ ରାଉସ ଆଭେନ୍ୟୁ କୋର୍ଟ । ମାର୍ଚ୍ଚ ୨୮ ତାରିଖ ଦିନ ୨ଟାରେ କେଜ୍ରିୱାଲଙ୍କୁ ପୁଣି କୋର୍ଟରେ ହାଜର କରିବ ଇଡି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା