Masthead

ସିଇସି ବୈଠକରେ ଓଡ଼ିଶା ପ୍ରସଙ୍ଗ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜି ଆସିପାରେ ବିଜେପିର ଚତୁର୍ଥ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା । ଓଡ଼ିଶା, ପଶ୍ଚିମବଙ୍ଗ, ଆନ୍ଧ୍ରପ୍ରଦେଶ, ରାଜସ୍ଥାନ, ଉତ୍ତରପ୍ରଦେଶର ପ୍ରାଥୀଙ୍କ ନାମ ଘୋଷଣା ହୋଇପାରେ । ବିଜେପିର ସିଇସି ବୈଠକରେ ଓଡ଼ିଶା ପ୍ରାର୍ଥୀ ପ୍ରସଙ୍ଗରେ ଆଲୋଚନା ହୋଇଛି । ବିଜେପି ମୁଖ୍ୟାଳୟରେ ବିଳମ୍ବିତ ରାତି ଯାଏଁ ଚାଲିଥିଲା ବୈଠକ । ଗତକାଲି ଦିଲ୍ଲୀରେ ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱରେ ଦଳର କେନ୍ଦ୍ରୀୟ ନିର୍ବାଚନ କମିଟି ବୈଠକ ତିନି ଘଣ୍ଟା ଧରି ଚାଲିଥିଲା ।

ସବୁ ଆସନରେ ପ୍ରାର୍ଥୀ ଚୟନ ଉପରେ ଆଲୋଚନା ହୋଇଥିବା ସୂଚନା ମିଳିଛି । ବୈଠକ ପରେ ବୈଠକ ପରେ ରାଜ୍ୟ ବିଜେପି ସଭାପତି ମନମୋହାନ ସାମଲ କହିଛନ୍ତି, ଓଡ଼ିଶାର ସମସ୍ତ ୧୪୬ ବିଧାନସଭା ଏବଂ ୨୧ ଲୋକସଭା ଆସନ ପାଇଁ ପ୍ରାର୍ଥୀଙ୍କ ଉପରେ ଆଲୋଚନା ସରିଛି । କେବଳ ସିଇସିର ଘୋଷଣାକୁ ଅପେକ୍ଷା ରହିଛି । ପୂର୍ବରୁ ୩ଟି ପର୍ଯ୍ୟାୟରେ ବିଜେପି ପ୍ରାର୍ଥୀ ତାଲିକା ଘୋଷଣା କରିଥିବା ପରେ ବି ଓଡିଶାର ନାଁ ଆସିନଥିଲା । ପୂର୍ବରୁ ବିଜେପିର ରାଜ୍ୟ ନିର୍ବାଚନ କମିଟି ଆଶାୟୀ ପ୍ରାର୍ଥୀଙ୍କୁ ନେଇ ବିଚାରବିମର୍ଷ କରିବା ପରେ ଏକ ସମ୍ଭାବ୍ୟ ତାଲିକା ପ୍ରସ୍ତୁତ କରିଛି ।

ସେହି ତାଲିକାକୁ ଧରି ଦିଲ୍ଲୀ ଯାଇଛନ୍ତି ରାଜ୍ୟ ସଭାପତି ମନମୋହନ ସାମଲ । ଜାତୀୟ ଗଣମାଧ୍ୟମ ସଂସ୍ଥା ଏଏନଆଇ ସୂତ୍ରରୁ ଜଣାପଡ଼ିଛି ସମ୍ବଲପୁରରୁ ଧର୍ମେନ୍ଦ୍ର ପ୍ରଧାନ, ପୁରୀରୁ ସମ୍ବିତ ପାତ୍ର, ଭୁବନେଶ୍ବରରୁ ଅପରାଜିତା ଷଡ଼ଙ୍ଗୀ ପ୍ରାର୍ଥୀ ହୋଇପାରନ୍ତି । ଆସିବାକୁ ଥିବା ତାଲିକାରେ ପାଖାପାଖି ୧୫୦ ଜଣ ଲୋକସଭା ପ୍ରାର୍ଥୀଙ୍କ ନାଁ ଉପରେ ମୋହର ମାରିବ କେନ୍ଦ୍ରୀୟ ନିର୍ବାଚନ କମିଟି । ଓଡ଼ିଶାରେ ଉଭୟ ଲୋକସଭା ଏବଂ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ତାଲିକା ଆସିବାର ସମ୍ଭାବନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ