Masthead

କୁରୁକ୍ଷେତ୍ରରୁ ନବୀନ, ୟୁପିରୁ ଅରୁଣ, ମଣ୍ଡିରୁ କଙ୍ଗନା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ବିଜେପି ୨୦୨୪ ଲୋକସଭା ନିର୍ବାଚନ ପାଇଁ ପଂଚମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି । ୧୭ଟି ରାଜ୍ୟର ୧୧୧ଟି ଲୋକସଭା ଆସନ ଘୋଷଣା କରିଛି ଦଳ । ଏଥିରେ ବଲିଉଡ ଅଭିନେତ୍ରୀ କଙ୍ଗନା ରାଣାୱତଙ୍କୁ ହିମାଚଳ ପ୍ରଦେଶର ମଣ୍ଡି ଆସନରେ ଟିକେଟ ଦିଆଯାଇଛି । ସୀତା ସୋରେନଙ୍କୁ ଦୁମକାରୁ ଟିକେଟ ଦିଆଯାଇଛି। ସୀତା ସୋରେନ ହେଉଛନ୍ତି ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଭାଉଜ ଏବଂ ନିକଟରେ ସେ ବିଜେପିରେ ଯୋଗ ଦେଇଥିଲେ।

ରାମାୟଣ ସିରିଏଲରେ ରାମ ଭୂମିକା ଅଭିନୟ କରିଥିବା ଖ୍ୟାତନାମା ଅଭିନେତା ଅରୁଣ ଗୋଭିଲଙ୍କୁ ଉତରପ୍ରଦେଶର ମିରିଟରୁ ପ୍ରାର୍ଥୀ କରାଯାଇଛି । କଂଗ୍ରେସରୁ ଆସି ବିଜେପିରେ ଯୋଗ ଦେଇଥିବା ନବୀନ ଜିନ୍ଦଲଙ୍କୁ ମଧ୍ୟ କୁରୁକ୍ଷେତ୍ରରୁ ଟିକେଟ ଦିଆଯାଇଛି। ରବି ଶଙ୍କର ପ୍ରସାଦଙ୍କୁ ପାଟନା ସାହିବରୁ ପ୍ରାର୍ଥୀ କରାଯାଇଛି। କେନ୍ଦ୍ର ମନ୍ତ୍ରୀ ଗିରିରାଜ ସିଂ ବେଗୁସରାଇରୁ ନିର୍ବାଚନ ଲଢିବେ। ସେହିପରି ୟୁପିର ସୁଲତାନପୁରରୁ ପୁଣି ପ୍ରାର୍ଥୀ ହେବେ ମେନକା ଗାନ୍ଧୀ ।

ବିହାରର ସାରନ ଆସନରୁ ରାଜୀବ ପ୍ରତାପ ରୁଡ୍ଡୀ, ବେଗୁସରାଇରୁ ଗିରିରାଜ ସିଂହ, ପାଟଣାସାହେବରୁ ରବିଶଙ୍କର ପ୍ରସାଦଙ୍କୁ ଦଳ ଟିକେଟ ଦେଇଛି । ଆନ୍ଧ୍ରପ୍ରଦେଶରେ ରାଜମହେନ୍ଦ୍ରୀରୁ ଡି ପୁରେନ୍ଦରେଶ୍ୱରୀଙ୍କୁ ପ୍ରାର୍ଥୀ କରିଛି ବିଜେପି । ଅନ୍ୟପଟେ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ଚୌବେ, ଭିକେ ସିଂହ, ପୂର୍ବତନ କେନ୍ଦ୍ରମନତ୍ରୀ ଅନନ୍ତ ହେଗଡେ, ସାଂସଦ ବରୁଣ ଗାନ୍ଧୀଙ୍କୁ ତାଲିକାରୁ ବାଦ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ