Masthead

ଆଜି ଫଗୁ ଖେଳିବେ ମହାପ୍ରଭୁ

ପୁରୀ(ବଡ଼ ଖବର ବ୍ୟୁରୋ): ଆଜି ଦୋଳ ପୂର୍ଣ୍ଣିମା। ଅଥାର୍ତ ମହାପ୍ରଭୁଙ୍କର ଦ୍ୱାଦଶ ଯାତ୍ରା ମାନଙ୍କ ମଧ୍ୟରେ ଏହା ଅନ୍ୟତମ ଯାତ୍ରା। ଏଥିପାଇଁ ଆଜି ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିାକାନ୍ତି ହେବ। ଦୋଳ ପୂର୍ଣ୍ଣିମାରେ ଝୁଲିବେ ଦୋଳ ଗୋବିନ୍ଦ । ସକାଳ ଧୂପ ପରେ ବିମାନରେ ବିଜେ ହୋଇ ବିରାଟ ଶୋଭାଯାତ୍ରାରେ ଫଗୁ ଅବିର ଭକ୍ତଙ୍କ ସହ ଖେଳି ଦୋଳବେଦୀରେ ବିରାଜମାନ ହେବେ।ଅନ୍ୟପକ୍ଷରେ ଗାଁ ଗାଁରେ ଜମୁଛି ଦୋଳ ମେଲଣ। ଗାଁକୁ ଗାଁ, ସାହିକୁ ସାହି ବୁଲି ବୁଲି ଭୋଗ ଖାଇବା ସହ ରଙ୍ଗବେରଙ୍ଗ ଅବିରରେ ହୋଲି ଖେଳୁଛନ୍ତି ଦୋଳ ଗୋବିନ୍ଦ। ଆସନ୍ତାକାଲି ହୋଲି ଥିବା ବେଳେ ରଙ୍ଗର ଏହି ପର୍ବକୁ ବେଶ ଉତ୍ସାହର ସହ ପାଳନ କରିବେ ଲୋକେ।

ମହାପ୍ରଭୁ ମହଣ ମହଣ ସ୍ୱର୍ଣ୍ଣ ଅଳଙ୍କାରରେ ବିଭୂଷିତ ହୋଇ ଫଗୁ ଖେଳିବେ। ଘଣ୍ଟଘଣ୍ଟା, ଶଂଙ୍ଖ ହୁଳହୁଳିରେ ପ୍ରକମ୍ପିତ ହେବ ପରିବେଶ। ଆଜି ଭକ୍ତ ଓ ଭଗବାନ ଏକାକାର ହୋଇ ଖେଳିବେ ହୋଲି । ଶ୍ରୀମନ୍ଦିରରୁ ଖଇକୋରା ପ୍ରସାଦ ପାଇ ଦୋଳଗୋବିନ୍ଦ, ଶ୍ରୀଦେବୀ ଭୂଦେବୀ ଦୋଳବେଦୀକୁ ବିଜେ କରିବା ସମୟରେ ଏଭଳି ନିଆରା ଦୃଶ୍ୟକୁ ବେଶ୍ ଉପଭୋଗ କରିଥାନ୍ତି ଭକ୍ତ। ଆଜି ରତ୍ନସିଂହାସନରୁ ମହାପ୍ରଭୁ ରାଜାଧିରାଜ ଅର୍ଥାତ ସ୍ୱର୍ଣ୍ଣ ଅଳଙ୍କାରରେ ବିଭୂଷିତ ହୋଇ ସୁନା ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା