Masthead

ଆଜି ଫଗୁ ଖେଳିବେ ମହାପ୍ରଭୁ

ପୁରୀ(ବଡ଼ ଖବର ବ୍ୟୁରୋ): ଆଜି ଦୋଳ ପୂର୍ଣ୍ଣିମା। ଅଥାର୍ତ ମହାପ୍ରଭୁଙ୍କର ଦ୍ୱାଦଶ ଯାତ୍ରା ମାନଙ୍କ ମଧ୍ୟରେ ଏହା ଅନ୍ୟତମ ଯାତ୍ରା। ଏଥିପାଇଁ ଆଜି ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିାକାନ୍ତି ହେବ। ଦୋଳ ପୂର୍ଣ୍ଣିମାରେ ଝୁଲିବେ ଦୋଳ ଗୋବିନ୍ଦ । ସକାଳ ଧୂପ ପରେ ବିମାନରେ ବିଜେ ହୋଇ ବିରାଟ ଶୋଭାଯାତ୍ରାରେ ଫଗୁ ଅବିର ଭକ୍ତଙ୍କ ସହ ଖେଳି ଦୋଳବେଦୀରେ ବିରାଜମାନ ହେବେ।ଅନ୍ୟପକ୍ଷରେ ଗାଁ ଗାଁରେ ଜମୁଛି ଦୋଳ ମେଲଣ। ଗାଁକୁ ଗାଁ, ସାହିକୁ ସାହି ବୁଲି ବୁଲି ଭୋଗ ଖାଇବା ସହ ରଙ୍ଗବେରଙ୍ଗ ଅବିରରେ ହୋଲି ଖେଳୁଛନ୍ତି ଦୋଳ ଗୋବିନ୍ଦ। ଆସନ୍ତାକାଲି ହୋଲି ଥିବା ବେଳେ ରଙ୍ଗର ଏହି ପର୍ବକୁ ବେଶ ଉତ୍ସାହର ସହ ପାଳନ କରିବେ ଲୋକେ।

ମହାପ୍ରଭୁ ମହଣ ମହଣ ସ୍ୱର୍ଣ୍ଣ ଅଳଙ୍କାରରେ ବିଭୂଷିତ ହୋଇ ଫଗୁ ଖେଳିବେ। ଘଣ୍ଟଘଣ୍ଟା, ଶଂଙ୍ଖ ହୁଳହୁଳିରେ ପ୍ରକମ୍ପିତ ହେବ ପରିବେଶ। ଆଜି ଭକ୍ତ ଓ ଭଗବାନ ଏକାକାର ହୋଇ ଖେଳିବେ ହୋଲି । ଶ୍ରୀମନ୍ଦିରରୁ ଖଇକୋରା ପ୍ରସାଦ ପାଇ ଦୋଳଗୋବିନ୍ଦ, ଶ୍ରୀଦେବୀ ଭୂଦେବୀ ଦୋଳବେଦୀକୁ ବିଜେ କରିବା ସମୟରେ ଏଭଳି ନିଆରା ଦୃଶ୍ୟକୁ ବେଶ୍ ଉପଭୋଗ କରିଥାନ୍ତି ଭକ୍ତ। ଆଜି ରତ୍ନସିଂହାସନରୁ ମହାପ୍ରଭୁ ରାଜାଧିରାଜ ଅର୍ଥାତ ସ୍ୱର୍ଣ୍ଣ ଅଳଙ୍କାରରେ ବିଭୂଷିତ ହୋଇ ସୁନା ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପାକିସ୍ତାନ ସୀମା ଜଗିବ ଆପାଚି 🔴 ଭାରତ ଆସିବେ ପାକିସ୍ତାନ ଖେଳାଳି 🔴 ବନ୍ୟାପାଣି ଘେରରେ ଜୀବନ 🔴 ଘାନାରେ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ 🔴 ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଆଲର୍ଟ 🔴 ଆତଙ୍କୀଙ୍କ ଆଡ୍ଡା ପାଲଟିଛି ଗଞ୍ଜାମ,୨୪ ଘଣ୍ଟା ମଧ୍ୟରେ ହୋଇଛି ୩ ହତ୍ୟାକାଣ୍ଡ 🔴 ରେଳଧାରଣାକୁ ଧସିଲା ମାଟି 🔴 ଜେଲ ଯିବେ ଶେଖ ହାସିନା 🔴 ପାଣି ଘେରରେ ଭୋଗରାଇ ବ୍ଳକର ୧୫ଟି ପଞ୍ଚାୟତର ୩୦ ଗାଁ 🔴 ଆଜିଠୁ ବାହୁଡ଼ା ପ୍ରସ୍ତୁତି, ଦକ୍ଷିଣ ମୋଡ଼ ନେବ ୩ ରଥ 🔴 ପାକିସ୍ତାନ ସୀମା ଜଗିବ ଆପାଚି 🔴 ଭାରତ ଆସିବେ ପାକିସ୍ତାନ ଖେଳାଳି 🔴 ବନ୍ୟାପାଣି ଘେରରେ ଜୀବନ 🔴 ଘାନାରେ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ 🔴 ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଆଲର୍ଟ 🔴 ଆତଙ୍କୀଙ୍କ ଆଡ୍ଡା ପାଲଟିଛି ଗଞ୍ଜାମ,୨୪ ଘଣ୍ଟା ମଧ୍ୟରେ ହୋଇଛି ୩ ହତ୍ୟାକାଣ୍ଡ 🔴 ରେଳଧାରଣାକୁ ଧସିଲା ମାଟି 🔴 ଜେଲ ଯିବେ ଶେଖ ହାସିନା 🔴 ପାଣି ଘେରରେ ଭୋଗରାଇ ବ୍ଳକର ୧୫ଟି ପଞ୍ଚାୟତର ୩୦ ଗାଁ 🔴 ଆଜିଠୁ ବାହୁଡ଼ା ପ୍ରସ୍ତୁତି, ଦକ୍ଷିଣ ମୋଡ଼ ନେବ ୩ ରଥ