Masthead

ରାଜ୍ୟର ବିଭିନ୍ନ ସ୍ଥାନରେ ତାଣ୍ଡବ ରଚିଲା କାଳବୈଶାଖୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ କାଳବୈଶାଖର ତାଣ୍ଡବ । ରାଜ୍ୟର ବିଭିନ୍ନ ସ୍ଥାନରେ ଗତକାଲି ତାଣ୍ଡବ ରଚିଛି କାଳବୈଶାଖୀ । କେଉଁଠି ବଜ୍ରପାତ ହୋଇଛି ତ ଆଉ କେଉଁଠି କୁଆପଥର ମାଡ଼ରେ ଉଜୁଡ଼ିଯାଇଛି ଧାନ ଫସଲ ସହ ପରିବା ଚାଷ । ସୁବର୍ଣ୍ଣପୁର ବିନିକା ଅଞ୍ଚଳରେ ପ୍ରବଳ ବର୍ଷା ସାଙ୍ଗକୁ କୁଆପଥର ମାଡ଼ ହୋଇଛି । ବିନିକା ବ୍ଲକର ଏକାଧିକ ଅଞ୍ଚଳରେ ଘଡଘଡି ସହ ତୁହାକୁ ତୁହା ବର୍ଷା ହୋଇଛି । ଗତକାଲି ରାଉରକେଲା ସହରରେ ବଜ୍ରପାତରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଜଣଙ୍କ ଅବସ୍ଥା ଗୁରୁତର ରହିଛି ।

ଅନ୍ୟପଟେ ୨୬ ତାରିଖଠାରୁ ପୁଣିଥରେ ତାତି ଉପରମୁହାଁ ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି । ମାର୍ଚ୍ଚ ଶେଷ ବେଳକୁ ତାପମାତ୍ରା ୪୦ ଡିଗ୍ରୀ ଛୁଇଁବା ସମ୍ଭାବନା ରହିଛି । ଆଗାମୀ ୩ ଦିନ ମଧ୍ୟରେ ତାପମାତ୍ରା ୮ରୁ ୧୦ ଡିଗ୍ରୀ ବୃଦ୍ଧି ସମ୍ଭାବନା ଥିବା କୁହାଯାଇଛି । କାଳବୈଶାଖୀ ଯୋଗୁ ଖସିଥିବା ତାପମାତ୍ରା ପୁଣି ଉପରକୁ ଉଠିବ । ଫଳରେ ରାଜ୍ୟକୁ ପୁଣି ଗ୍ରୀଷ୍ମ ପ୍ରବାହ ଫେରିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼