ଶ୍ରୀଜିଉଙ୍କ ବନକଲାଗି ନୀତି, ସନ୍ଧ୍ୟା ୬ରୁ ରାତି ୧୦ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ

ପୁରୀ(ବଡ଼ ଖବର ବ୍ୟୁରୋ): ଆଜି ୪ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ । ବନକଲାଗି ନୀତି ପାଇଁ ସନ୍ଧ୍ୟା ୬ରୁ ରାତି ୧୦ଟା ଦର୍ଶନ ବନ୍ଦ । ଦ୍ବିତୀୟ ଭୋଗମଣ୍ଡପ ଭୋଗ ଶେଷ ପରେ ଦର୍ଶନ ବନ୍ଦ ରହିବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି । ଏହା ଅତ୍ୟନ୍ତ ଗୁପ୍ତ ନୀତି ହୋଇଥିବାରୁ ଚତୁର୍ଦ୍ଧା ମୂରତିଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ । କିନ୍ତୁ ପାର୍ଶ୍ଵ ଦେବାଦେବୀଙ୍କୁ ଦର୍ଶନର ସୌଭାଗ୍ୟ ପାଇବେ ଭକ୍ତ ଶ୍ରଦ୍ଧାଳୁ । ଦ୍ବିପହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ । ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି , ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ସର୍ବସାଧାରଣ ଦର୍ଶନ ବନ୍ଦ ରଖାଯିବ । ବନକଲାଗି ନିତି ପରେ ଠାକୁରଙ୍କୁ ମହାସ୍ନାନ କରାଯାଇ ପୁନର୍ବାର ଦର୍ଶନ ଆରମ୍ଭ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’