Masthead

ପାରିବାରିକ କଳହରୁ ଗୋଷ୍ଠୀ ସଂଘର୍ଷ

ବାହାନଗା (ବଡ଼ ଖବର ବ୍ୟୁରୋ): ପାରିବାରିକ କଳହରୁ କରୁଣ ପରିଣତି । ଗୋଷ୍ଠୀ ସଂଘର୍ଷରେ ଚାରି ଆହତ ତିନି ଗୁରୁତର । ଆହାତଙ୍କୁ ସୋର ଡାକ୍ତରଖାନାରେ ଚିକିତ୍ସା ହେଉଥିବା ବେଳେ ତିନି ଜଣ ଗୁରୁତରଙ୍କୁ ବାଲେଶ୍ୱର ସ୍ଥାନାନ୍ତର କରାଯାଇଛି । ସୋର ଥାନା ବାହାନଗା ବ୍ଲକ କୁଚିଆକୋଇଲି ଗ୍ରାମର ହୃଷିକେଶ ମଳିକ ଓ ତାଙ୍କ ସ୍ତ୍ରୀ ବର୍ଷା ମଳିକଙ୍କ ମଧ୍ୟରେ ପିଲାଙ୍କ ପାଠପଢ଼ାକୁ ନେଇ ବଚସା ହୋଇଥିଲା।

ପରେ ହୃଷୀକେଶଙ୍କ ମାଡରେ ବର୍ଷା ଆହତ ହୋଇ ତାଙ୍କ ବାପଘର ଖଇରା ଥାନା ତାଳମହୁଲ ଗ୍ରାମକୁ ଖବର ଦେଇଥିଲେ। ବର୍ଷାଙ୍କ ବାପା ଓ ଭାଇ କୁଚିଆକୋଇଲିରେ ପହଁଚିବା ପରେ ଉଭୟଙ୍କ ମଧ୍ୟରେ ଗଣ୍ଡଗୋଳ ସୃଷ୍ଟି ହୋଇଥିଲା। ଫଳରେ ଉଭୟ ଗୋଷ୍ଠୀରୁ ସାତଜଣ ଆହତ ହୋଇଥିଲେ। ସ୍ଥାନୀୟ ଲୋକେ ସମସ୍ତଙ୍କୁ ଉଦ୍ଧାର କରି ସୋର ଡାକ୍ତରଖାନା ଆଣିଥିବା ବେଳେ ସେଠାରେ ତିନି ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ ବାଲେଶ୍ୱର ସ୍ଥାନାନ୍ତର କରାଯାଇଛି। ଏନେଇ ଥନାରେ ଅଭିଯୋଗ ହେବା ପରେ ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ