Masthead

ହୋଲି ଖେଳ ହେଲା କାଳ, ଗାଧୋଇବା ବେଳେ ବୁଡିଗଲେ ଯୁବକ

ମାହାଙ୍ଗା (ବଡ଼ ଖବର ବ୍ୟୁରୋ): ହୋଲି ଖେଳ ହେଲା କାଳ । ନଦୀରେ ଗରଧୋଉଥିବାବେଳେ ଚାଲିଗଲା ଜୀବନ । କଟକ ଜିଲ୍ଲା ନିଶ୍ଚିନ୍ତକୋଇଲି ଥାନା ଅଂଚଳରେ ଦେଖିବାକୁ ମିଳିଛି ଅଭାବନୀୟ ଘଟଣା । ଖଣ୍ଡସହି ନିକଟରେ ହୋଲି ଖେଳୁଥିବା ସରପଡା ପଂଚାୟତ ବୋଧଙ୍ଗ ଗ୍ରାମର ୪ ଜଣ ଯୁବକ ମଧ୍ୟାନରେ ଗାଧେଇବା ପାଇଁ ନିକଟସ୍ଥ ଲୁଣାନଦୀକୁ ଯାଇଥିଲେ । ସେଠାରେ ଗାଧୋଇବା ବେଳେ ସୌମ୍ୟରଞ୍ଜନ ସ୍ୱାଇଁ ନାମକ ଜଣେ ଯୁବକ ପହଁରା ଜାଣିନଥିବାରୁ ନଦୀ ଭିତରୁ କୂଳକୁ ଆସିପାରି ନଥିଲେ । ଅନ୍ୟ ସାଙ୍ଗମାନେ ମଧ୍ୟ ସୌମ୍ୟଙ୍କୁ ଉଦ୍ଧାର କରିପାରିନଥିଲେ ।

ନଦୀରେ ପାଣି ଅଧିକ ଥିବାରୁ ସୌମ୍ୟ ଗଭୀର ଜଳରେ ସାଙ୍ଗମାନଙ୍କ ଆଖି ଆଗରେ ବୁଡ଼ିଯାଇଥିଲେ । ସ୍ଥାନୀୟ ଲୋକମାନେ ବହୁ ସମୟ ଖୋଜାଖୋଜି କରିବା ପରେ ନିଖୋଜ ଯୁବକଙ୍କୁ ପାଣି ଭିତରୁ ଉଦ୍ଧାର କରିଥିଲେ । ତେବେ ବହୁ ବିଳମ୍ବ ହୋଇଯାଇଥିବାରୁ ସେତେବେଳକୁ ଯୁବକର ମୃତ୍ୟୁ ଘଟିସାରିଥିଲା ବୋଲି ସୂଚନା ମିଳିଥିଲା । ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି । ତେବେ ନଦୀରୁ ଉଦ୍ଧାର ପରେ ସୌମ୍ୟଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲେ ମଧ୍ୟ ସେଠାରେ ଡାକ୍ତର ତା’ଙ୍କୁ ମୃତ ଘୋଷଣା କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ