Masthead

ବିଜାପୁରରେ ଏନକାଉଣ୍ଟର , ୬ ମାଓବାଦୀ ନିହତ

ମାଲକାନଗିରି (ବଡ଼ ଖବର ବ୍ୟୁରୋ): ମାଲକାନଗିରି ଛତିଶଗଡ ସୀମାନ୍ତ ବିଜାପୁର ଜିଲ୍ଲାରେ ଏନକାଣ୍ଟର । ସୁରକ୍ଷା କର୍ମୀଙ୍କ ଗୁଳିରେ ଛଅ ଜଣ ମାଓବାଦୀ ନିହତ । ମୃତକଙ୍କ ମଧ୍ୟରେ ଜଣେ ମହିଳା ମାଓବାଦୀ ରହିଛନ୍ତି । ଘଟଣା ସ୍ଥଳରୁ ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ ହୋଇଛି । ଗତ ଦୁଇ ଦିନ ତଳେ ବିଜାପୁର ଜିଲ୍ଲାରେ ତିନି ଜଣ ଗ୍ରାମବାସୀଙ୍କୁ ହତ୍ୟା କରିବା ପରେ ମାଓବାଦୀମାନେ ବାସାଗୁଡା ଥାନା ଚିପୁରଭାଟି ଜଙ୍ଗଲରେ ଲୁଚିଥିଲେ ।

ଗୁଇନ୍ଦା ବିଭାଗ ତରଫରୁ ସୂଚନା ମିଳିବା ପରେ ଡିଆରଜି, ସିଆରପିଏଫ ଏବଂ କୋବ୍ରା ବାହିନୀ ପକ୍ଷରୁ ଆଜି ସକାଳେ ସେଠାରେ ମିଳିତ ଅପରେସନ ଆରମ୍ଭ ହୋଇଥିଲା । ତିନି ଘଣ୍ଟାରୁ ଅଧିକ ସମୟ ଧରି ଗୁଳି ବିନିମୟ ହେବା ପରେ ନକ୍ସଲ ମାନେ ଘଟଣାସ୍ଥଳ ଛାଡି ପଳାୟନ କରିଛନ୍ତି । ପରେ ସେଠାରେ ସର୍ଚ୍ଚ ଅପରେସନ ଆରମ୍ଭ ହୋଇଥିଲା । ଘଟଣାସ୍ଥଳରୁ ଜଣ ମାଓବାଦୀଙ୍କ ମୃତ ଦେହ ଠାବ ହୋଇଥିବା କଥା କହିଛନ୍ତି ଛତିଶଗଡ ଉପ ମୁଖ୍ୟମନ୍ତ୍ରୀ ବିଜୟ ଶର୍ମା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ