Masthead

ଟିକେଟ୍‌ ନ ମିଳିବାରୁ କୀଟନାଶକ ପିଇ ଦେଇଥିବା ସାଂସଦ ଏ. ଗଣେଶମୂର୍ତ୍ତିଙ୍କ ପରଲୋକ

ତାମିଲନାଡୁ(ବଡ଼ ଖବର ବ୍ୟୁରୋ): ତାମିଲନାଡୁର ଏରୋଡରୁ ବର୍ତ୍ତମାନର ଏମଡିଏମକେ ଏମପି ଏ. ଗଣେଶମୂର୍ତ୍ତିଙ୍କ ପରଲୋକ । ସକାଳ ପ୍ରାୟ ୫ଟା ସମୟରେ କୋଏମ୍ବାଟୁରର ଏକ ଘରୋଇ ଡାକ୍ତରଖାନାରେ ପରଲୋକ ହୋଇଯାଇଛି। ହୃଦ୍‌ଘାତରେ ତାଙ୍କ ମୃତ୍ୟୁ ହୋଇଛି ବୋଲି କୁହାଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୬ ବର୍ଷ ହୋଇଥିଲା। ଲୋକସଭା ନିର୍ବାଚନରେ ଟିକେଟ ନମିଳିବାରୁ ସେ କୀଟନାଶକ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ଗତ ରବିବାର ଏ. ଗଣେଶମୂର୍ତ୍ତି ବିଷ ପିଇ ଦେଇଥିଲେ । ପରେ ତାଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ସ୍ଥାନୀୟ ଡାକ୍ତରଖାନାକୁ ନିଆଯାଇଥିଲା । ସେଠାରେ ପ୍ରଥମିକ ଚିକିତ୍ସା ପରେ ତାଙ୍କୁ କୋଏମ୍ବାଟୁରର ଏକ ଘରୋଇ ଡାକ୍ତରଖାନାକୁ ପଠାଯାଇଥିଲା।

ସେଠାରେ ମଧ୍ୟ ତାଙ୍କ ଅବସ୍ଥାରେ କୌଣସି ସୁଧାର ଆସି ନଥିଲା। ଆଉ ଆଜି ଏ. ଗଣେଶମୂର୍ତ୍ତିଙ୍କର ମୃତ୍ୟୁ ହୋଇଛି । ଏ ଗଣେଶମୂର୍ତ୍ତି ତିନି ଥର ଲୋକସଭାକୁ ନିର୍ବାଚିତ ହୋଇଥିଲେ। ଏଥର ତାଙ୍କୁ ଟିକେଟ ଦିଆଯାଇ ନଥିଲା। ତାଙ୍କ ବଦଳରେ ଏମଡିଏମକେ ପ୍ରତିଷ୍ଠାତା ଭାଇକୋଙ୍କ ପୁଅ ଦୁରାଇ ଭାଇକୋଙ୍କୁ ଇରୋଡ ଲୋକସଭା ଆସନରୁ ପ୍ରାର୍ଥୀ କରାଯାଇଛି। ଉଭୟ ଏମ୍‌ଡିଏମ୍‌କେ ଓ ଡିଏମ୍‌କେ ମିଳିତ ଭାବେ ଦୁରାଇଙ୍କୁ ଏହି ଆସନରୁ ପ୍ରାର୍ଥୀ କରିଛନ୍ତି। ଦଳର ଏହି ନିଷ୍ପତ୍ତି ପରେ ଅସନ୍ତୋଷ ପ୍ରକାଶ କରିଥିଲେ ଏ ଗଣେଶମୂର୍ତ୍ତି। ଏହା ପରେ ସେ କୀଟନାଶକ ପିଇ ଦେଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ